Posted inଜାତୀୟ

ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ନିର୍ବାଚନ, ୧୯ରେ ଫଳାଫଳ

ନୂଆଦିଲ୍ଲୀ,୨୮।୮: କଂଗ୍ରେସ ସଭାପତି ନିର୍ବାଚନ ତାରିଖ ରବିବାର ଘୋଷଣା କରାଯାଇଛି। ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୨୨ ସେପ୍ଟେମ୍ବରରେ ବିଜ୍ଞପ୍ତି ଜାରି କରାଯିବ। ନାମାଙ୍କନ ୨୪ ସେପ୍ଟେମ୍ବରରୁ ଆରମ୍ଭ ହେବ। ୧୭ ଅକ୍ଟୋବରରେ ଭୋଟ ଗ୍ରହଣ କରାଯିବ ଏବଂ ୧୯ ଅକ୍ଟୋବରରେ ଗଣନା ପରେ ଫଳାଫଳ ବାହାରିବ। କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲୁସି)ର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ବିଦେଶରୁ ଯୋଗ ଦେଇଥିଲେ। ଏମାନଙ୍କ ବ୍ୟତୀତ କଂଗ୍ରେସ କାର୍ଯ୍ୟାଳୟରେ ହରିଶ ରାୱତ, ସଲମାନ ଖୁର୍ସିଦ, ମୁକୁଲ ୱାସନିକ, ମଲ୍ଲିକାର୍ଜୁନ ଖାର୍‌ଗେ, କୁମାରୀ ଶୈଳଜା, ମଧୁସୂଦନ ମିସ୍ତ୍ରୀ, କେସି ଭେନୁଗୋପାଳ, ଜୟରାମ ରମେଶ, ଅଜୟ ମାକେନ, ଅଭିଷେକ ମନୁ ସିଂଘବିଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ। ନିକଟରେ ଦଳ ଉପରେ ଅସନ୍ତୋଷ ପ୍ରକାଶ କରିଥିବା ଆନନ୍ଦ ଶର୍ମା ମଧ୍ୟ ସିଡବ୍ଲ୍ୟୁସି ବୈଠକରେ ଯୋଗ ଦେଇଥିଲେ। ସିଡବ୍ଲ୍ୟୁସି ବୈଠକରେ ବହୁ ନେତା ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ପୁନର୍ବାର ଦଳର ସଭାପତି ହେବାକୁ କହିଛନ୍ତି।
ସୂଚନାନୁସାରେ, ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦଳ ୭ ସେପ୍ଟେମ୍ବରରୁ କନ୍ୟାକୁମାରୀରୁ ‘ଭାରତ ଯୋଡୋ’ ଯାତ୍ରା ଆରମ୍ଭ କରିବାକୁ ଯାଉଛି। ଏହି ୧୪୮ ଦିନିଆ ଯାତ୍ରା କଶ୍ମୀରରେ ଶେଷ ହେବ। ଏହି ପାଞ୍ଚ ମାସର ଯାତ୍ରା ୩୫୦୦ କିଲୋମିଟର ଦୂରତା ଏବଂ ୧୨ରୁ ଅଧିକ ରାଜ୍ୟ ଅତିକ୍ରମ କରିବାକୁ ଯାଉଛି। ଏଥିରେ ପଦଯାତ୍ରା, ରାଲି ଏବଂ ସାଧାରଣ ସଭା ରହିବ। ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ କଂଗ୍ରେସର ବରିଷ୍ଠ ନେତାମାନେ ମଧ୍ୟ ‘ଭାରତ ଯୋଡୋ’ ଯାତ୍ରାରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri