ଜୁନ ୧୮ରେ ବ୍ଲକ ଅଧ୍ୟକ୍ଷ ପଦ ପାଇଁ ଉପନିର୍ବାଚନ: ବଢୁଛି ରାଜନୈତିକ ଉଷ୍ମତା

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଧ୍ୟକ୍ଷା ପଦପାଇଁ ଉପନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ୧୮ଜୁନ ଦିନ ୧୨.୩୦ଦିନ ଧାର୍ଯ୍ୟ କରିଛନ୍ତି। ଏନେଇ ନିର୍ବାଚନ କମିଶନ ନୋଟିସ ସଂଖ୍ୟା ୧୫୪୫/ଏସଇସି ରେ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ ଅନାସ୍ଥା ପ୍ରସ୍ତାବ ଭୋଟରେ ହାରିବା ପରେ ଉପାଧକ୍ଷା ବୀଣାପାଣି ନାୟକ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷା ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି। ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶନାମା ପରେ ପାଟଣା ବ୍ଲକରେ ରାଜନୀତିକ ଉଷ୍ମତା ପରିଲକ୍ଷିତ ହୋଇଛି। ଉଭୟ ବୀଣାପାଣି ଓ ସୁକାନ୍ତି ଉଭୟ ବିଜେଡି ଦଳର ହୋଇଥିଲେ ହେଁ ବୀଣାପାଣିଙ୍କ ସପକ୍ଷରେ ଶାସକ ଭାଜପାର କେନ୍ଦୁଝର ଏମପି ଅନନ୍ତ ନାୟକ ଓ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ସମର୍ଥନ ରହିଥିବାରୁ ବୀଣାପାଣି ସୁବିଧାଜନକ ସ୍ଥିତିରେ ଥିବା କୁହାଯାଉଛି। ଏଥିପାଇଁ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଜୁନ ୧୧ରେ ବିଜ୍ଞାପନ ପ୍ରକାଶ ପାଇବ। ଜୁନ ୧୮ତାରିଖ ନାମାଙ୍କନ ପତ୍ର ନେବା ଓ ଦାଖଲ ପ୍ରକ୍ରିୟା ପୂର୍ବାହ୍ନ ୧୦ଟା ରୁ ୧୧ ଟା ଯାଏ ଏବଂ ୧୧ ଟାରୁ ୧୧.୩୦ ଯାଏ ଏହାକୁ ଯାଞ୍ଚ କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ସମୟ ଥିବା ବେଳେ ଆବଶ୍ୟକ ପଡିଲେ ଅପରାହ୍ନ ୧୨ ଟା ୩୦ ରୁ ୨ଟା ଯାଏ ଭୋଟ ଗ୍ରହଣ କରାଯିବା ପରେ ଗଣତି ପ୍ରକ୍ରିୟା ସହ ଫଳାଫଳ ଘୋଷଣା ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀ କେନ୍ଦୁଝର ଜିଲାପାଳ ବିଶାଲ ସିଂଙ୍କୁ ପତ୍ର ଲେଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri