ଆଜି କୋଟିଆରେ ନିର୍ବାଚନ

କୋରାପୁଟ,୧୮ା୨(ସ୍ବ.ପ୍ର.): ଚର୍ଚ୍ଚାରେ ରହି ଆସିଥିବା କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଳକର କୋଟିଆ ପଞ୍ଚାୟତରେ ଶୁକ୍ରବାର ନିର୍ବାଚନ ହେବ। ଏନେଇ କୋରାପୁଟ ଜିଲା ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି। ଶୁକ୍ରବାର କୋଟିଆ ପଞ୍ଚାୟତର ମାଡକାର, ଫଗୁଣସିନେରି, ରଣାସିଙ୍ଗ, ତାଡ଼ିବାଲସା, ତଳସେମ୍ବି, ଉପରସେମ୍ବି, ବାରାବନ୍ଧ, ଥୁରିଆ, କରଞ୍ଜଗୁଡ଼ା, ଟାଉପଦର, ମାତଲାମ୍ବା, କୋଟିଆ ଓ ଗଞ୍ଜେଇପଦର ଆଦି ୧୩ଟି ସ୍ଥାନରେ ହୋଇଥିବା ବୁଥ୍‌ରେ ୫,୭୯୦ ଭୋଟର ସେମାନଙ୍କ ମତଦାନ କରିବେ। ଏଥିପାଇଁ ଜିଲାପାଳ ଅବଦାଲ ଏମ୍‌. ଅଖତାରଙ୍କ ତତ୍ତ୍ୱାବଧାନରେ ସମସ୍ତ ପ୍ରସ୍ତୁତି ହୋଇଛି। ନିର୍ବାଚନ ନେଇ ପଟ୍ଟାଙ୍ଗୀ ବ୍ଲକ କାର୍ଯ୍ୟାଳୟରୁ ସମସ୍ତ ପୋଲିଂ ପାର୍ଟି ସେମାନଙ୍କ ବୁଥ୍‌ରେ ପହଞ୍ଚତ୍ଛନ୍ତି। କୋଟିଆର ସମସ୍ତ ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ଜିଲା ପ୍ରଶାସନ ପକ୍ଷରୁ ପୋଲିସ ମୁତୟନ କରାଯାଇ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି ା ଜିଲାପାଳ ଅଖତାର ଓ ବିଡିଓ ସୌମ୍ୟ ସାର୍ଥକ ମିଶ୍ର କୋଟିଆ ପଞ୍ଚାୟତର ପାହାଡ଼ ଉପରେ ଓ ପାଦଦେଶରେ ଥିବା ସମସ୍ତ ବୁଥ୍‌ରେ ପହଞ୍ଚତ୍ ସ୍ଥିତି ପରଖିଛନ୍ତି। ସୂଚନାଯୋଗ୍ୟ, ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ଅନ୍ତର୍ଗତ କୋଟିଆରେ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନି ଓ ସ୍ବାଧୀନ ପ୍ରାର୍ଥୀ ଟିକାଇ ଗେମେଲଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ସେହିପରି ସରପଞ୍ଚ ପଦବୀ ପାଇଁ ୭ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri