୬ ସପ୍ତାହ ମଧ୍ୟରେ ବାର୍‌ କାଉନ୍‌ସିଲ ନିର୍ବାଚନ କର: ହାଇକୋର୍ଟ

କଟକ ଅଫିସ,୫ା୧: ରାଜ୍ୟ ବାର କାଉନ୍‌ସିଲ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ସହ ୬ସପ୍ତାହ ମଧ୍ୟରେ ଶେଷ କରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ ଭୋଟର ତାଲିକା ଅନୁସାରେ ନିର୍ବାଚନ ଆୟୋଜନ କରିବାକୁ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ବାର କାଉନ୍‌ସିଲକୁ କହିଛନ୍ତି। ଶେଷଥର ପାଇଁ ୨୦୧୪ ରେ ବାର କାଉନ୍‌ସିଲ ନିର୍ବାଚନ ହୋଇଥିଲା। ୨୦୧୯ ମେ’ ୫ରୁ କାଉନ୍‌ସିଲର କାର୍ଯ୍ୟକାଳ ଶେଷ ହୋଇଯାଇଛି। ଅବଧି ଶେଷ ପରେ ମଧ୍ୟ ଦୀର୍ଘ ଦିନ ଧରି ନିର୍ବାଚନ କରାଯାଉ ନାହିଁ। ଫଳରେ ହଜାର ହଜାର ଆଇନଜୀବୀ ବିଭିନ୍ନ ସୁବିଧା ପାଇବାରୁ ବଞ୍ଚତ୍ତ ହେଉଥିଲେ। ତେଣୁ ତୁରନ୍ତ ନିର୍ବାଚନ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ତଥା ବାର୍‌ କାଉନ୍‌ସିଲର ପୂର୍ବତନ ଅଧ୍ୟକ୍ଷ ଚିନ୍ମୟ ମହାନ୍ତି ଏବଂ ବାର କାଉନସିଲର ୩ଥର ସଦସ୍ୟ ରହିଥିବା ସିତାଂଶୁ ଦ୍ୱିବେଦୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟଙ୍କ ଏହି ରାୟକୁ ଆଇନଜୀବୀ ମହଲରେ ସ୍ବାଗତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି ଓ ଜି.ଏମ୍‌. ରଥ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri