୨୧ରେ ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର, ୧୪।୧୧(ସୁନିତ୍‌ ମିଶ୍ର): ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି। ଏହିଦିନ ଖାଲି ପଡ଼ିଥିବା ଉପବାଚସ୍ପତି ପଦ ଲାଗି ସକାଳ ସାଢେ ୯ଟା ସମୟରେ ନିର୍ବାଚନ ହେବ। ଏହାର ପୂର୍ବଦିନ ଅର୍ଥାତ୍‌ ୨୦ ତାରିଖରେ ନାମାଙ୍କନପତ୍ର ଦାଖଲ ହେବା କାର୍ଯ୍ୟକ୍ରମ ରହିଛି। ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ଗତ ୮ ତାରିଖରେ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହା ପରଠାରୁ ଏହି ପଦବୀ ଖାଲିପଡ଼ିଛି। ତେବେ ଆସନ୍ତା ସାଧାରଣ ନିର୍ବାଚନକୁ କମ୍‌ ସମୟ ଥିବାରୁ ଏହି ପଦ ଖାଲିପଡ଼ିପାରେ ବୋଲି ଏକ ପ୍ରକାର ଆଲୋଚନା ଚାଲିଥିଲା। ତେବେ ଉପବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବ ସବୁ ସଦସ୍ୟଙ୍କୁ ଅବଗତ କରାଇଛନ୍ତି।
ଗୋଟିଏ ପଟେ ନିର୍ବାଚନକୁ କମ୍‌ ସମୟ ଥିବାବେଳେ ଉପବାଚସ୍ପତି ପଦରୁ ରଜନୀକାନ୍ତ ଇସ୍ତପା ଦେବା ଏବଂ ପୁଣି ଥରେ ଏହି ସମୟରେ ନିର୍ବାଚନ କରିବା ଲାଗି ଘୋଷଣା କରାଯିବାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଏଭଳି ସମୟରେ ଦଳ ଏହି ପଦରେ କାହାକୁ ବସାଇବ ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଯାଇଛି। ବିଧାନସଭାରେ ବିଭିନ୍ନ ଦଳର ଆସନ ସଂଖ୍ୟା ଉପରେ ନଜର ପକାଇଲେ ଜଣାପଡୁଛି ବିଜେଡି ପ୍ରାର୍ଥୀ ସହଜରେ ବିଜୟୀ ହେବେ। ସେପରି ଦେଖିବାକୁ ଗଲେ ଅନ୍ୟ ଦଳ ପ୍ରାର୍ଥୀ ନ ଦେଇପାରନ୍ତି ଏବଂ ଏଥିଲାଗି ଭୋଟ ମଧ୍ୟ ନ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?