ଦୁଇ ସାମାଜିକ କର୍ମୀ ରାଜ୍ୟସଂଘକୁ ଚୟନ

ଢେଙ୍କାନାଳ ଅଫିସ,୮ା୮: ଢେଙ୍କାନାଳ ଜିଲାର ଦୁଇଜଣ ସାମାଜିକ କର୍ମୀ ରାଜ୍ୟ ସମାଜସେବୀ ମହାସଂଘକୁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବଜରଙ୍ଗ କ୍ଲବର ସଭ୍ୟ ସନ୍ଦୀପ ଷଡ଼ଙ୍ଗୀ ଏବଂ ପିପୁଲ୍ସ ଫର ସ୍ମାଇଲର ଦେବୀଦତ୍ତ ମହାପାତ୍ର। ସନ୍ଦୀପଙ୍କୁ ରାଜ୍ୟ ଉପସଭାପତି ଓ ଜିଲା ସଂଯୋଜକ ଭାବେ ଏବଂ ଦେବୀଦତ୍ତଙ୍କୁ ଯୁଗ୍ମ ସମ୍ପାଦକ ଭାବେ ଚୟନ କରାଯାଇଛି। ରାଜ୍ୟ ସମାଜସେବୀ ମହାସଂଘର ମହାସଚିବ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ, ସଭାପତି ନରୋତ୍ତମ ଦାସ, ସମ୍ପାଦକ ନାରାୟଣ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ବୈଠକରେ ଉଭୟଙ୍କୁ ରାଜ୍ୟ ମହାସଂଘକୁ ମନୋନୀତ କରାଯାଇଥିଲା। ଢେଙ୍କାନାଳ ଜିଲାରେ ବହୁ ସ୍ବେଚ୍ଛାସେବୀ ସଙ୍ଗଠନ ରହିଛି। ବର୍ଷତମାମ ଯୁବବର୍ଗ ସାମାଜିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରୁଛନ୍ତି। ସେମାନଙ୍କୁ ସଙ୍ଗଠିତ କରି ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ଆଗକୁ ନେବା, ଜିଲାର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରିବା, ଅସହାୟଙ୍କୁ ସହାୟତା ଯୋଗାଇ ଦେବା, ସର୍ବୋପରି ସାଂସ୍କୃତିକ ବିକାଶ କଥା ବୁଝିବା ଭଳି ଗୁରୁଦାୟିତ୍ୱ ତୁଲାଇବାକୁ ଉଭୟଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?