ନିର୍ବାଚନ ପ୍ରସ୍ତୁତି: ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର,୫ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍‌ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍‌ଏଲ୍‌ଏମ୍‌ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି। ଜୁନ୍‌ ୫ରୁ ୯ ତାରିଖ ଯାଏ ଏହି ପ୍ରଶିକ୍ଷଣ କାର୍ଯ୍ୟ ଜାରି ରହିବ। ପ୍ରଥମ ପର୍ଯ୍ୟାୟରେ ୯୮ ଜଣ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ଅନ୍‌ଲାଇନରେ ପ୍ରଶିକ୍ଷଣ ଦେବା ଆରମ୍ଭ କରାଯାଇଛି। ଏହି ପ୍ରଶିକ୍ଷଣ ଯୋଗ୍ୟ ଏବଂ ଅଯୋଗ୍ୟ, ଜିଲା ନିର୍ବାଚନ ପରିଚାଳନା, ଗଣମାଧ୍ୟମ ଅଭିଯୋଗ, ଇଭିଏମ-ଭିଭିପାର୍ଟ ଆଦି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ଏହାଛଡ଼ା ୩ ବର୍ଷରୁ ଊର୍ଦ୍ଧ୍ୱ ଗୋଟିଏ ଜାଗାରେ ରହିଥିବା ଅଧିକାରୀମାନଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବା ନେଇ ଭାରତର ନିର୍ବାଚନ କମିଶନ ଗାଇଡଲାଇନ ଜାରି କରିଛନ୍ତି। ଏହି ଗାଇଡଲାଇନ ଆଧାରରେ ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପର୍ଯ୍ୟାପ୍ତ ମାନବ ସମ୍ବଳ ଯୋଗାଇଦେବା ସକାଶେ ବଦଳି ଓ ନିଯୁକ୍ତି ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଅନୁରୋଧ କରାଯାଇଛି। କେବଳ ନିର୍ବାଚନ ଦାୟିତ୍ୱରେ ରହିବାକୁ ଥିବା ଜିଲା ନିର୍ବାଚନ ଅଧିକାରୀ, ରିଟର୍ନିଂ ଅଫିସର, କିମ୍ବା ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର ନୁହନ୍ତି, ଆଡିଶନାଲ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ, ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ ସବ୍‌କଲେକ୍ଟର, ତହସିଲଦାର, ବିଡିଓ, ଆସିଷ୍ଟାଣ୍ଟ କଲେକ୍ଟରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବାକୁ କୁହାଯାଇଛି।
ସୂଚନାଯୋଗ୍ୟ ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାର ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ନିର୍ବାଚନ କମିଶନ ଯେତେବେଳେ ଘୋଷଣା କରିବେ ସେତେବେଳେ ନିର୍ବାଚନ ହେବ ବୋଲି ବିଜେଡି ପକ୍ଷରୁ କୁହାଯାଇଥିବା ବେଳେ କଂଗ୍ରେସ ଓ ଭାଜପା ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ଦଳୀୟ ନେତାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri