ନିର୍ବାଚନ ପ୍ରସ୍ତୁତି: ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର,୫ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍‌ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍‌ଏଲ୍‌ଏମ୍‌ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି। ଜୁନ୍‌ ୫ରୁ ୯ ତାରିଖ ଯାଏ ଏହି ପ୍ରଶିକ୍ଷଣ କାର୍ଯ୍ୟ ଜାରି ରହିବ। ପ୍ରଥମ ପର୍ଯ୍ୟାୟରେ ୯୮ ଜଣ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ଅନ୍‌ଲାଇନରେ ପ୍ରଶିକ୍ଷଣ ଦେବା ଆରମ୍ଭ କରାଯାଇଛି। ଏହି ପ୍ରଶିକ୍ଷଣ ଯୋଗ୍ୟ ଏବଂ ଅଯୋଗ୍ୟ, ଜିଲା ନିର୍ବାଚନ ପରିଚାଳନା, ଗଣମାଧ୍ୟମ ଅଭିଯୋଗ, ଇଭିଏମ-ଭିଭିପାର୍ଟ ଆଦି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ଏହାଛଡ଼ା ୩ ବର୍ଷରୁ ଊର୍ଦ୍ଧ୍ୱ ଗୋଟିଏ ଜାଗାରେ ରହିଥିବା ଅଧିକାରୀମାନଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବା ନେଇ ଭାରତର ନିର୍ବାଚନ କମିଶନ ଗାଇଡଲାଇନ ଜାରି କରିଛନ୍ତି। ଏହି ଗାଇଡଲାଇନ ଆଧାରରେ ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପର୍ଯ୍ୟାପ୍ତ ମାନବ ସମ୍ବଳ ଯୋଗାଇଦେବା ସକାଶେ ବଦଳି ଓ ନିଯୁକ୍ତି ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଅନୁରୋଧ କରାଯାଇଛି। କେବଳ ନିର୍ବାଚନ ଦାୟିତ୍ୱରେ ରହିବାକୁ ଥିବା ଜିଲା ନିର୍ବାଚନ ଅଧିକାରୀ, ରିଟର୍ନିଂ ଅଫିସର, କିମ୍ବା ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର ନୁହନ୍ତି, ଆଡିଶନାଲ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ, ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ ସବ୍‌କଲେକ୍ଟର, ତହସିଲଦାର, ବିଡିଓ, ଆସିଷ୍ଟାଣ୍ଟ କଲେକ୍ଟରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବାକୁ କୁହାଯାଇଛି।
ସୂଚନାଯୋଗ୍ୟ ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାର ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ନିର୍ବାଚନ କମିଶନ ଯେତେବେଳେ ଘୋଷଣା କରିବେ ସେତେବେଳେ ନିର୍ବାଚନ ହେବ ବୋଲି ବିଜେଡି ପକ୍ଷରୁ କୁହାଯାଇଥିବା ବେଳେ କଂଗ୍ରେସ ଓ ଭାଜପା ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ଦଳୀୟ ନେତାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri