ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ ସମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା କହିଛନ୍ତି ଯେ, ଆସନ୍ତା ୨୩ ତାରିଖରେ ଜୟଦେବ, ଜଟଣୀ, ବେଗୁନିଆ ଓ ଚିଲିକା ନିମନ୍ତେ ପୁଲିଂ ପାର୍ଟିମାନେ ବୁଥ ଅଭିମୁଖେ ଯାତ୍ରା କରିବେ । ସେହିଭଳି ୨୪ ତାରିଖରେ ଭୁବନେଶ୍ୱର (ମଧ୍ୟ), ଭୁବନେଶ୍ୱର (ଉତ୍ତର), ଏକାମ୍ର ଏବଂ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ନିମନ୍ତେ ପୁଲିଂ ପାର୍ଟିମାନେ ବୁଥ ଅଭିମୁଖେ ଗସ୍ତ କରିବେ । ଜୟଦେବ, ଭୁବନେଶ୍ୱର (ମଧ୍ୟ), ଭୁବନେଶ୍ୱର (ଉତ୍ତର), ଏକାମ୍ର ଏବଂ ଜଟଣୀ ନିମନ୍ତେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ, ଚିଲିକା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ, ବେଗୁନିଆ ଓ ଖୋର୍ଦ୍ଧା ନିମନ୍ତେ ଜିଲ୍ଲା ପଣ୍ୟାଗାରରେ ଷ୍ଟ୍ରଙ୍ଗରୁମରେ ବ୍ୟବସ୍ଥା କରାଯାଇଛି ।
ବୁଥ ରହିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀର ସମସ୍ତ ୨୦୦ଟି ମତଦାନ କେନ୍ଦ୍ର କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେବ । ଉକ୍ତ ଦିନଗଡିକୁ ପୁଲିଂ ପାର୍ଟିମାନଙ୍କ ସହାୟତା ନିମନ୍ତେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳ ଯଥା-ଜଟଣୀ, ପିପିଲି, ଖୋରଧା, ବାଳକାଟି, ବାଲିଅନ୍ତା ଓ ବାଲିପାଟଣାର ବିଭିନ୍ନ ରୁଟରେ ବସ ଚଳପ୍ରଚଳ କରିବ । ଏହି ବସ ୨୫ ତାରିଖ ସଂଧ୍ୟା ୭ ଘଟିକାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ଚଳପ୍ରଚଳ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri