Posted inଜାତୀୟ

ନିର୍ବାଚନୀ ରାଲି ସମ୍ଭବ ନୁହେଁ

ନୂଆଦିଲ୍ଲୀ,୭।୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ବଡ଼ ରାଲି ଓ ରୋଡ୍‌ ଶୋ’ ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ନୀତି ଆୟୋଗ ସଦସ୍ୟ ତଥା ଭାରତର କୋଭିଡ୍‌ ଟାସ୍କଫୋର୍ସ ମୁଖ୍ୟ ଭି.କେ. ପଲ୍‌ ଗୁରୁବାର ନିର୍ବାଚନ କମିଶନ (ଇସି)ଙ୍କୁ ଅବଗତ କରାଇଛନ୍ତି। ରାଜନୈତିକ ଦଳଗୁଡ଼ିକ ନିଜଆଡୁ ବୃହତ ରାଲି ଓ ରୋଡ୍‌ ଶୋ’ ବନ୍ଦ କରିଦେବା ଉଚିତ ବୋଲି ନିର୍ବାଚନ କମିଶନ କହିଛନ୍ତି। ବିଧାନସଭା ନିର୍ବାଚନ ହେବାକୁ ଥିବା ୫ ରାଜ୍ୟର କୋଭିଡ୍‌ ସ୍ଥିତି ସମେତ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କରିଛନ୍ତି ନିର୍ବାଚନ କମିଶନ। ସଂକ୍ରମଣ ବୃଦ୍ଧି ସତ୍ତ୍ୱେ କିଭଳି ନିରାପଦର ସହ ଗଣତାନ୍ତ୍ରିକ ପ୍ରକ୍ରିୟା ଶେଷ ହେବ ସେନେଇ ଇସି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଏବଂ ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କଠାରୁ ମତାମତ ସଂଗ୍ରହ କରିଛନ୍ତି।
ଅନ୍ୟ ଏକ ବୈଠକରେ ଇସି ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଓ ମଣିପୁରର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ସ୍ବରାଷ୍ଟ୍ର ସଚିବ ଅଜୟ କୁମାର ଭାଲ୍ଲାଙ୍କ ସହ ଆଲୋଚନା କରିଥିଲେ। ଇସି ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କ ସମେତ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ, ଆଇସିଏମ୍‌ଆର୍‌ ମୁଖ୍ୟ ବଳରାମ ଭାର୍ଗବଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି। ୫ ରାଜ୍ୟରେ ଯୋଗ୍ୟ ହିତାଧିକାରୀମାନଙ୍କୁ ତୁରନ୍ତ କୋଭିଡ୍‌ ଟିକାଦାନ ଉପରେ ଇସି ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri