Posted inଜାତୀୟ

Election Results: ମଧ୍ୟପ୍ରଦେଶ-ରାଜସ୍ଥାନରେ ଭାଜପା ଆଗୁଆ, ଛତିଶଗଡ଼-ତେଲଙ୍ଗାନାରେ ବାଜି ମାରିପାରେ କଂଗ୍ରେସ

ନୂଆଦିଲ୍ଲୀ,୩।୧୨: ଆଜି ପ୍ରକାଶ ପାଇବ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଏବଂ ତେଲଙ୍ଗାନା ନିର୍ବାଚନ ଫଳାଫଳ। ଏଥିନେଇ ସକାଳ ୮ଟାରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟଗଣତି ଆରମ୍ଭ ହୋଇଛି। ଇଭିଏମ୍‌ ପୂର୍ବରୁ ବାଲାଟ୍‌ର ଗଣନା କରାଯାଉଛି। ପ୍ରାରମ୍ଭିକ ଗଣନା ଅନୁଯାୟୀ ମଧ୍ୟପ୍ରଦେଶରେ ୧୦୬ ଆସନରେ ଭାଜପା ଏବଂ ୯୭ ଆସନରେ କଂଗ୍ରେସ ଆଗରେ ଚାଲିଛି। ଛତିଶଗଡ଼ରେ କଂଗ୍ରେସ ୪୬ ଆସନ, ତେଲଙ୍ଗାନାରେ ୫୩ ସିଟ୍‌ରେ ଆଗୁଆ ରହିଛି। ସେହିଭଳି ରାଜସ୍ଥାନରେ ଭାଜପା ୯୪ ଏବଂ କଂଗ୍ରେସ ୭୫ ଆସନରେ ଆଗୁଆ ଚାଲିଛି।

କହିରଖୁଛୁ, ରାଜସ୍ଥାନର ୧୯୯ ନିର୍ବାଚନମଣ୍ଡଳୀରେ ଭୋଟଗଣନା ହେଉଥିବା ବେଳେ ମଧ୍ୟପ୍ରଦେଶର ୨୩୦, ଛତିଶଗଡ଼ର ୯୦, ତେଲଙ୍ଗାନା ୧୧୯ ଆସନରେ ଭୋଟଗଣତି ହେଉଛି। ଗତ ୩୦ ତାରିଖରେ ତେଲଙ୍ଗାନା ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଥିଲା। ଛତିଶଗଡ଼, ତେଲଙ୍ଗାନାରେ କଂଗ୍ରେସ ଏବଂ ମଧ୍ୟପ୍ରଦେଶ, ରାଜସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଜିତିପାରେ ବୋଲି ଅଧିକାଂଶ ଗଣମାଧ୍ୟମ ପ୍ରକାଶ କରିଥିଲେ। ସେହିଭଳି ମିଜୋରାମ ଭୋଟଗଣନା ୩ ପରିବର୍ତ୍ତେ ୪ ତାରିଖରେ କରିବା ଲାଗି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri