ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୨୨ରେ ହେବାକୁ ଯାଉଛି ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜିଲା ପରିଷଦ ସଭ୍ୟ, ପଞ୍ଚାୟତ ସମିତି ସଭ୍ୟ ଏବଂ ସରପଞ୍ଚଙ୍କର ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି କରିଛନ୍ତି। ଜିଲାପରିଷଦ ସଭ୍ୟଙ୍କର ସର୍ବାଧିକ ନିର୍ବାଚନୀ ଖର୍ଚ୍ଚ ୫ ଲକ୍ଷ ଟଙ୍କା ଧାର୍ଯ୍ୟ କରିଥିବାବେଳେ ପଞ୍ଚାୟତ ସମିତି ସଭ୍ୟଙ୍କର ୨ ଲକ୍ଷ ଏବଂ ସରପଞ୍ଚଙ୍କ ସର୍ବାଧିକ ନିର୍ବାଚନ ଖର୍ଚ୍ଚ ୨ ଲକ୍ଷ ଟଙ୍କା କରାଯାଇଛି। ସେହିପରି ମତଦାନ ସମୟ ସୀମା ୧ ଘଣ୍ଟା ବୃଦ୍ଧି କରଯାଇଛି। ଫଳରେ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ଯାଏ ମତଦାନ ଅନୁଷ୍ଠିତ ହେବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି।
କମିଶନ ପ୍ରାର୍ଥୀମାନଙ୍କ ପାଇଁ ଗାଡ଼ି ବ୍ୟବହାର ସୀମା ମଧ୍ୟ ନିର୍ଦ୍ଧାରଣ କରିଛନ୍ତି। ଜିଲାପରିଷଦ ସଦସ୍ୟ ୫ଟି ଜିପ୍‌ ବା କାର୍‌ ଓ ୧୦ଟି ମୋଟର ସାଇକେଲ, ପଞ୍ଚାୟତ ସମିତି ସଦସ୍ୟ ୨ଟି ଜିପ୍‌ ବା କାର୍‌ ଓ ୫ଟି ମୋଟର ସାଇକେଲ ଏବଂ ସରପଞ୍ଚ ୨ଟି ଜିପ୍‌ ବା କାର ଏବଂ ୫ଟି ମୋଟର ସାଇକେଲ ନିର୍ବାଚନ ପ୍ରଚାର ବେଳେ ବ୍ୟବହାର କରି ପାରିବେ। ଗାଡ଼ି ଓ ମୋଟର ସାଇକେଲ ଧାର୍ଯ୍ୟ ସୀମା ମଧ୍ୟରେ ଅଟୋ ରିକ୍ସା ମଧ୍ୟ ବ୍ୟବହାର କରାଯାଇପାରିବ। ମୋଟର ଯାନ ବ୍ୟବହାର ଦିନଠାରୁ ଜିଲା ପରିଷଦ ପ୍ରାର୍ଥୀ ଯାନର ପ୍ରକାର, ତାହାର ପଞ୍ଜୀକରଣ ନମ୍ବର, ଗାଡ଼ି ମାଲିକଙ୍କ ନାମ ଉପଜିଲାପାଳଙ୍କୁ ଜଣାଇବେ। ସେହିପରି ପଞ୍ଚାୟତ ସମିତି ଓ ସରପଞ୍ଚ ପ୍ରାର୍ଥୀ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ)ଙ୍କୁ ଲିଖିତ ଭାବେ ଜଣାଇବେ। ଏହି ତଥ୍ୟର ୩ଟି ନକଲ ଦାଖଲ କରାଯିବ। ତଥ୍ୟର ଗୋଟିଏ ନକଲ ଉପଜିଲାପାଳ/ବିିଡିଓ, ନିକଟସ୍ଥ ମୋଟର ଯାନ କର୍ତ୍ତୃପକ୍ଷଙ୍କୁ ଦେବେ ଓ ଅନ୍ୟଟି ନିଜ ପାଖରେ ରଖିବେ। ତୃତୀୟ ନକଲଟିରେ ଉପଜିଲାପାଳ/ବିିଡିଓ କିମ୍ବା ତାଙ୍କ କ୍ଷମତାସମ୍ପନ୍ନ ଅଧିକାରୀ ସ୍ବାକ୍ଷର ଓ ଅଫିସ ମୋହର ଲଗାଇ ପ୍ରାର୍ଥୀଙ୍କୁ ଫେରାଇ ଦେବେ। ମୋଟର ଯାନ ଅଧିକାରୀ ଗୋଟିଏ ରେଜିଷ୍ଟରରେ ସମସ୍ତ ତଥ୍ୟ ଲିପିବଦ୍ଧ କରିବେ। କୌଣସି ସମୟରେ ନିର୍ବାଚନ ଅଧିକାରୀ କିମ୍ବା ତାଙ୍କ ଦ୍ୱାରା କ୍ଷମତା ସମ୍ପନ୍ନ ଅଧିକାରୀ ଏହି ତଥ୍ୟ ଆବଶ୍ୟକ କଲେ ପ୍ରାର୍ଥୀ ତଦାରଖ ନିମନ୍ତେ ତାହା ଉପସ୍ଥାପନ କରିବେ। ମୋଟର ଯାନ ବାବଦ ସମସ୍ତ ଖର୍ଚ୍ଚ ନିର୍ବାଚନ ଖର୍ଚ୍ଚ ସୀମା ମଧ୍ୟରେ ସୀମିତ ରହିବ। ପ୍ରଚାର କାର୍ଯ୍ୟରେ ବ୍ୟବହୃତ ମୋଟର ଯାନ ମତଦାନ ଆରମ୍ଭ ହେବାର ୩୬ ଘଣ୍ଟା ପୂର୍ବରୁ ବନ୍ଦ କରାଯାଇ ନିର୍ବାଚନ ଅଧିକାରୀଙ୍କୁ ଜଣାଇ ଦିଆଯିବ। ଆଦେଶକୁ ଅବମାନନା କଲେ ନିର୍ବାଚନ ଆଚରଣ ବିଧିର ଅବମାନନା ବୋଲି ଧରାଯିବ।
ଗତ ୬ ତାରିଖରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ରାଶିକୁ ବଢ଼ାଇବା ସହ ଭୋଟଦାନ ଅବଧି ଆଉ ୨ ଘଣ୍ଟା ବୃଦ୍ଧି କରିବାକୁ ରାଜନୈତିକ ଦଳଗୁଡିକ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ଏଥିସହିତ ସରପଞ୍ଚ ଓ ସମିତି ସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ୮୦ ହଜାର ଟଙ୍କାରୁ ବଢାଇ ୨ ଲକ୍ଷ ଏବଂ ଜିଲା ପରିଷଦ ସଭ୍ୟଙ୍କ ପାଇଁ ଖର୍ଚ୍ଚ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନ ଖର୍ଚ୍ଚ ଓ ଗାଡି ସଂଖ୍ୟା ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri