Posted inଜାତୀୟ

ନେତାଙ୍କ ପୁଅଙ୍କୁ ନିର୍ବାଚନ ଟିକେଟ

ବେଲଗାଭି,୨୧।୧୨: କର୍ନାଟକରେ ବଂଶଗତ ରାଜନୀତି ଜୋର୍‌ ଧରିଛି। ଆସନ୍ତା ବର୍ଷ ହେବାକୁ ଥିବା ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ଜେଡିଏସ୍‌ ସୋମବାର ୯୩ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ପୁଅ ନିଖିଲ କୁମାରସ୍ବାମୀ, ପୂର୍ବତନ ମନ୍ତ୍ରୀ ଜି.ଟି. ଦେବେଗୌଡ଼ାଙ୍କ ପୁଅ ଜି.ଟି. ହରିଶଗୌଡ଼ା, ରାଜ୍ୟ ଜେଡିଏସ୍‌ ସଭାପତି ସି.ଏମ୍‌. ଇବ୍ରାହିମ୍‌ଙ୍କ ପୁଅ ସି.ଏମ୍‌. ଫୟାଜଙ୍କ ନାଁ ରହିଛି। ନିଖିଲ ରାମନଗର ଆସନରୁ ନିର୍ବାଚନ ଲଢ଼ିବେ। ଏବେ ଏହି ଆସନରୁ ତାଙ୍କ ମାଆ ଅନୀତା ବିଧାୟିକା ଅଛନ୍ତି। ସେହିପରି ହରିଶ ମହୀଶୂର ଜିଲାର ହୁନ୍‌ସୁରରୁ ପ୍ରାର୍ଥୀ ହୋଇଛନ୍ତି। ଏଚ୍‌.ଡି. କୁମାରସ୍ବାମୀ ଚନ୍ନାପାଟନା ଆସନରୁ ଲଢ଼ିବେ। ସେ ୨୦୧୮ରେ ଉକ୍ତ ଆସନରୁ ନିର୍ବାଚିତ ହୋଇଥିଲେ। ସେହିପରି ଜି.ଟି.ଦେବେଗୌଡ଼ା ଚାମୁଣ୍ଡେଶ୍ୱରୀ ଆସନରୁ ପୁନର୍ବାର ନିର୍ବାଚିତ ହେବାକୁ ଲକ୍ଷ୍ୟ ରଖିଛନ୍ତି। ୨୦୧୮ରେ ସେ ଏହି ଆସନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମାୟାଙ୍କୁ ହରାଇଥିଲେ। ୨୦୨୩ ନିର୍ବାଚନ ନିଖିଲଙ୍କ ପାଇଁ ଦ୍ୱିତୀୟ ଲଢ଼େଇ। ସେ ୨୦୧୯ରେ ମାଣ୍ଡ୍ୟା ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ହାରିଯାଇଥିଲେ। କୁମାରସ୍ବାମୀ ତାଙ୍କ ଉତ୍ତରାଧିକାରୀ ଭାବେ ନିଖିଲଙ୍କୁ ବିଧାନସଭାକୁ ପଠାଇବାକୁ ଚାହୁଁଛନ୍ତି। ସେହିପରି ଜି.ଟି. ଦେବେଗୌଡ଼ା ଓ ତାଙ୍କ ପୁଅ ଯେପରି ଭାଜପା କିମ୍ବା କଂଗ୍ରେସକୁ ନ ଡିଅନ୍ତି, ସେଥିପାଇଁ ଜେଡିଏସ୍‌ ସେମାନଙ୍କୁ ଟିକେଟ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri