୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ ହୋଇଛି । ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍‌ଏସି ଏବଂ ୩ଟି ମହାନଗର ନିଗମ ପାଇଁ ଭୋଟ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ।