ନିର୍ବାଚନୀ ହିଂସାକୁ ନେଇ ବିଧାନସଭାରେ ହଙ୍ଗାମା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜ୍ୟର ଅନେକ ସ୍ଥାନରେ ହିଂସାକାଣ୍ଡ ହୋଇଛି। ବୁଥ୍‌କୁ ଜବରଦସ୍ତି ପ୍ରବେଶ କରିବା, ଷ୍ଟ୍ରଙ୍ଗ୍‌ରୁମ୍‌କୁ ସରକାରୀ ଅଧିକାରୀ ଛଦ୍ମବେଶରେ ଯିବା, ଆଇନଶୃଙ୍ଖଳା ଓ ନିର୍ବାଚନ ହିଂସାକାଣ୍ଡକୁ ନେଇ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହଙ୍ଗାମା କରିଛନ୍ତି। ଫଳରେ ବିଧାନସଭାର ପ୍ରଶ୍ନକାଳ ବରବାଦ ହୋଇଯାଇଥିଲା। କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିବାକୁ ବାଧ୍ୟ ହୋଇଥିଲେ। ଶନିବାର ପୂର୍ବାହ୍ନ ୧୦ଟା ୩୦ ମିନିଟରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ପ୍ରଶ୍ନୋତ୍ତର କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଭୁବନେଶ୍ୱର, ନୟାଗଡ଼, ବଲାଙ୍ଗୀର ଆଦି ସ୍ଥାନରେ ହିଂସାକାଣ୍ଡ ହୋଇଥିବା ବେଳେ ପୋଲିସର ବ୍ୟବହାର ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ ଯେ ବଲାଙ୍ଗୀର ମ୍ୟୁନିସିପାଲିଟିରେ ଇଭିଏମ୍‌ରେ କଂଗ୍ରେସ ପାର୍ଟି ଚିହ୍ନ ଉପରେ ଷ୍ଟିକର ମାରି ଦିଆଯାଇଥିଲା। ଗୁଣ୍ଡାମାନଙ୍କୁ ଧରି ବୁଥ୍‌ ଭିତରକୁ ଯାଉଛନ୍ତି । ତାଙ୍କୁ ଦେଖି ଭୋଟରମାନେ ଭୟଭୀତ ହେଉଛନ୍ତି। ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି ହୋଇଛି। ପ୍ରଶ୍ନୋତ୍ତର ଆଲୋଚନା କରିବା ପୂର୍ବରୁ ଏହି ପ୍ରସଙ୍ଗ ଉପରେ ଆଲୋଚନା ହେଉ ବୋଲି ସେ ଦାବି କରିଥିଲେ। କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି, ସୁରେଶ ଚନ୍ଦ୍ର ରାଉତରାୟ, ରମେଶ ଜେନା ଓ ଅନ୍ୟ ସଦସ୍ୟମାନେ ହୋହଲ୍ଲା କରିବା ସହ ଗୃହରେ ନାରାବାଜି କରିଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ଗୃହକୁ ୧୦ଟା ୩୨ ମିନିଟରେ ପୂର୍ବାହ୍ନ ୧୧ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri