Posted inଜାତୀୟ

ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା

କୋଲକାତା, ୩ା୭ : ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶନିବାର ବିଳମ୍ବିତ ରାତିରେ ଶାସକ ଓ ବିରୋଧୀ ଦଳ କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ତୃଣମୂଳ କଂଗ୍ରେସର ଜଣେ କର୍ମୀଙ୍କ ମୃତ୍ୟୁ ଘଟିବା ସହ ଉଭୟ ଦଳରୁ କେତେଜଣ ଆହତ ହୋଇଛନ୍ତି। ଦକ୍ଷିଣ ୨୪ ପ୍ରଗଣା ଜିଲାର ଫୁଲମାଲଞ୍ଚା ଅଞ୍ଚଳରେ ଘଟିଥିବା ହିଂସାକାଣ୍ଡରେ ୫୨ ବର୍ଷୀୟ ଟିଏମ୍‌ସି କର୍ମୀ ଜିୟାରୁଲ ମୋଲ୍ଲା ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ହସ୍ପିଟାଲ ନିଆଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ମୁଲ୍ଲା ଟିଏମ୍‌ସି ନେତା ଅମରୁଲା ଲସ୍କରଙ୍କ ଘନିଷ୍ଠ ସହଯୋଗୀ ଭାବେ ଜଣାଶୁଣା। ଶାସକ ଦଳରେ ଅନ୍ତର୍ଦ୍ୱନ୍ଦ୍ୱର ସେ ଶିକାର ହୋଇଥିବା ଇଣ୍ଡିଆନ ସେକୁଲାର ଫ୍ରଣ୍ଟ (ଆଇଏସ୍‌ଏଫ୍‌)ର ସ୍ଥାନୀୟ ନେତା ଅଭିଯୋଗ କରିଛନ୍ତି। ବିରୋଧୀ ଗୋଷ୍ଠୀ ମୁଲ୍ଲାଙ୍କୁ ବାରମ୍ବାର ଧମକ ଦେଉଥିବା ନେଇ ସେ ପୋଲିସରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା ବୋଲି ତାଙ୍କ ଝିଅ ମନଓ୍ବାରା କହିଛନ୍ତି। କଥଲବେରିଆ ପଞ୍ଚାୟତରୁ ମନଓ୍ବାରା ଟିଏମ୍‌ସି ପ୍ରାର୍ଥୀ ହୋଇଛନ୍ତି। ଦଳର ଗୋଟିଏ ଗୋଷ୍ଠୀ ତାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ କରୁଥିଲେ। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମନଓ୍ବାରା ଦାବି କରିଛନ୍ତି। ପଶ୍ଚିମ ମେଦିନିପୁର ଜିଲାର ବିଭିନ୍ନ ସ୍ଥାନରେ ରବିବାର ଟିଏମ୍‌ସି ସହ ସିପିଆଇ(ଏମ୍‌) ଏବଂ ଆଇଏସ୍‌ଏଫ୍‌ ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ଘଟି ୧୦ ଜଣ ଆହତ ହୋଇଛନ୍ତି। ପଞ୍ଚାୟତ ନିର୍ବାଚନ ପାଇଁ ଜୁନ୍‌ ୯ରେ ନାମାଙ୍କନପତ୍ର ଦାଖଲଠାରୁ ହିଂସାକାଣ୍ଡ ଲାଗିରହିଛି। ଏପର୍ଯ୍ୟନ୍ତ ନିର୍ବାଚନୀ ହିଂସାରେ ୧୦ ଜଣଙ୍କ ଜୀବନ ଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri