ଲକ୍‌ଡାଉନ୍‌ ସମୟରେ ନିର୍ବାଚନ କାର୍ଯ୍ୟକୁ ଅନୁମତି

ଭୁବନେଶ୍ୱର,୨।୫(ବ୍ୟୁରୋ): ଆସନ୍ତା ୫ ତାରିଖରୁ ରାଜ୍ୟରେ ଲାଗୁ ହେବାକୁ ଥିବା ଲକ୍‌ଡାଉନ୍‌ ସମୟରେ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକୁ ଅନୁମତି ମିଳିବ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ କହିଛନ୍ତି। ନିର୍ବାଚନ ସମ୍ପର୍କିତ କାର୍ଯ୍ୟରେ ଶଟ୍‌ଡାଉନ୍‌ ଓ ଲକ୍‌ଡାଉନ୍‌ ଲାଗୁ ହେବ ନାହିଁ ।

ଲକ୍‌ଡାଉନ୍‌ ସମୟରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଟ୍ରେନିଂ, ପୋଲିଂ ସେଣ୍ଟର ଯିବାକୁ ଅଧିକାରୀଙ୍କୁ ଅନୁମତି ମିଳିବ। ପ୍ରାର୍ଥୀ, ଅଫିସର, ପୋଲିଂ ଓ କାଉଣ୍ଟିଂ ଏଜେଣ୍ଟଙ୍କୁ ଯିବା ଆସିବା ପାଇଁ ଅନୁମତି ରହିଛି ।

ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସରକାରଙ୍କ ପକ୍ଷରୁ ମେ’ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ୧୪ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।