ଆଗକୁ ନିର୍ବାଚନ: ଅଭୟାରଣ୍ୟରୁ ଜବତ ହେଲା ବିପୁଳ ପରିମାଣରେ ଦେଶୀ ମଦ, ମହୁଲ ପୋଚ

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଡିଏସ୍‌ପି ପ୍ରଶାନ୍ତ କୁମାର ବେହେରା ଏବଂ ତାଙ୍କ ଟିମ୍‌କୁ ଏକ ସଫଳତା ମିଳିଛି। ବେଆଇନ ଦେଶୀ ମଦ ପ୍ରସ୍ତୁତ ହେଉଥିବା ତିନୋଟି ଆଡ୍ଡାକୁ ଟିମ୍‌ ଠାବ କରିବାରେ ସଫଳ ହୋଇଛି। ନିର୍ବାଚନକୁ ଦୃଷ୍ଟିରେ ରଖି ଡଏସ୍‌ପି ବେହେରା ବିଶେଷ ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ଚୋରା ମଦ କାରବାର ଉପରେ ନଜର ରଖିଛନ୍ତି।

ମଙ୍ଗଳବାର ଡିଏସ୍‌ପି ବେହେରା ହାଟଡିହୀ ବ୍ଲକ ସୋସୋ ଏବଂ ନନ୍ଦିପଦା ଥାନା ଅଞ୍ଚଳ ଗ୍ରସ୍ତ କରିଥିଲେ l ସୋସୋ ଥାନା ଅଧୀନ ହଦଗଡ଼ ହସ୍ତି ଅଭୟାରଣ୍ୟର ସୁନ୍ଦରାପାଳ, ସଙ୍ଗମ, ଅନ୍ଧାରୀ ପ୍ରମୁଖ ସ୍ଥାନରେ ଚଢାଉ କରି ଦେଶୀ ମହୁଲି ମଦ ପ୍ରସ୍ତୁତ ହେଉଥିବା ଆଡ୍ଡା ଠାବ କରିଥିଲେ। ହେଲେ ଚଢ଼ାଉ ପୂର୍ବରୁ କୌଣସି ସୂତ୍ରରୁ ଖବର ପାଇ ଅଭିଯୁକ୍ତମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ l

ହେଲେ ତିନୋଟି ସ୍ଥାନରୁ ୮ ହଜାର ଲିଟର ମହୁଲ ପୋଚ ଜବତ ସହ ନଷ୍ଟ କରାଯାଇଛି। ଏପରିକି ୩୫୦ ଲିଟର ଦେଶୀ ମହୁଲି ମଦ ମଧ୍ୟ ଜବତ ହୋଇଛି l ଏନେଇ ସୋସୋ ଥାନାରେ ୩ଟି ପୃଥକ ମାମଲା(ନଂ.୧୧୫/୨୦୨୪,୧୧୬/୨୦୨୪,୧୧୭/୨୦୨୪) ରୁଜୁ ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri