ନିର୍ବାଚନ ସରିଲା, ତେଲ ଦର ବଢ଼ିଲା

ଭୁବନେଶ୍ୱର,(ବ୍ୟୁରୋ) ନୂଆଦିଲ୍ଲୀ,୫ା୫: ଦେଶବାସୀ ଯାହା ଆଶଙ୍କା କରୁଥିଲେ ତାହା ବର୍ତ୍ତମାନ ସତ ହୋଇଛି। ପଶ୍ଚିମବଙ୍ଗ ସମେତ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ଦେଶ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଥିଲା। ମହାମାରୀ ସମୟରେ ତେଲ ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟି ଅତିଷ୍ଠ ହୋଇ ପଡ଼ିଥିଲେ। ନିର୍ବାଚନ ଅବଧିରେ ଦର ନ ବଢ଼ିଥିଲେ ମଧ୍ୟ ତୈଳ ବିପଣନ କମ୍ପାନୀଗୁଡିକ ନିର୍ବାଚନ ଶେଷ ହେବା ପରେ ଦର ବୃଦ୍ଧି ଜାରି ରଖିବେ ବୋଲି ପୂର୍ବରୁ ଯେଉଁ ଆକଳନ ହୋଇଥିଲା ତା’ର ବାସ୍ତବତା ବର୍ତ୍ତମାନ ଦେଖିବାକୁ ମିଳିଛି। ନିର୍ବାଚନ ପ୍ରକ୍ରିୟା ଶେଷ ହେବାର ଗୋଟିଏ ଦିନ ପରେ ତେଲ ଦର ପୁଣି ବୃଦ୍ଧି ପାଇଛି। ଗତ ୧୮ ଦିନ ପରେ ତେଲ ଦରରେ ଏଭଳି ପରିବର୍ତ୍ତନ ଘଟିଛି।
ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୫ ପଇସା ଏବଂ ଡିଜେଲ ୧୯ ପଇସା ବଢିଛି। ଫଳରେ ଏଠାରେ ପେଟ୍ରୋଲ ଦର ୯୧.୨୭ ଟଙ୍କା ଏବଂ ଡିଜେଲ ଦର ୮୮.୧୭ ଟଙ୍କା ଛୁଇଁଛିି। ଅନ୍ୟପକ୍ଷରେ ନୂଆଦିଲ୍ଲୀରେ ପେଟ୍ରୋଲ ୧୫ ପଇସା ଏବଂ ଡିଜେଲ ୧୮ ପଇସା ବୃଦ୍ଧି ଘଟିଛି। ଏଠାରେ ଦର ଯଥାକ୍ରମେ ୯୦.୫୫ ଟଙ୍କା ଓ ୮୦.୯୧ ଟଙ୍କା ରହିଛି। ସେହିଭଳି ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଦର ଲିଟର ପିଛା ଯଥାକ୍ରମେ ୯୨.୫୫ ଟଙ୍କା, ୯୦.୭୬ ଟଙ୍କା ଏବଂ ୯୬.୯୫ ଟଙ୍କା ରହିଛି। ଏହିସବୁ ମେଟ୍ରୋ ସହରରେ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୮୫.୯୦ ଟଙ୍କା, ୮୩.୭୮ ଟଙ୍କା ଏବଂ ୮୭.୯୮ ଟଙ୍କାରେ ବିକ୍ରି ହେଉଥିବା ଜଣାପଡିଛି। ଗତ ୭ ମାସ ମଧ୍ୟରେ ତେଲ ଦର ଲଗାତର ବୃଦ୍ଧି ହେବା ଯୋଗୁ ସର୍ବୋଚ୍ଚ ରେକର୍ଡ ସ୍ତରରେ ରହିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ଉପତ୍ାଦ ଶୁଳ୍କ ହ୍ରାସ ନେଇ କୌଣସି ନିଷ୍ପତ୍ତି ଗ୍ରହଣ କରାଯାଉନାହିଁ। ଗତ କିଛି ମାସ ହେଲା ଅନ୍ତର୍ଜାତୀୟ ବଜାରର ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୨.୯୧ ଡଲାର ବଢିଛି। ଫଳରେ କମ୍ପାନୀ ବାଧ୍ୟ ହୋଇ ରିଟେଲ ଦରରେ ଏଭଳି ପରିବର୍ତ୍ତନ କରିଥିବା କୁହାଯାଇଛି। ସେହିଭଳି ବର୍ତ୍ତମାନ ସମୟରେ ଭାରତର କେତେକ ସହରରେ ପେଟ୍ରୋଲ ଦର ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଆଉ କିଛି ସହର ୧୦୦ ନିକଟବର୍ତ୍ତୀ ରହିଛି। ସରକାର ଆବଶ୍ୟକ ପଦକ୍ଷେପ ନେଲେ ତେଲ ଦର ହ୍ରାସ ହୋଇପାରନ୍ତା ଏବଂ ଖାଉଟି ଆଶ୍ୱସ୍ତି ମିଳିପାରନ୍ତା ବୋଲି ବଜାର ବିଶେଷଜ୍ଞ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ଫେବୃୟାରୀ ୨୮ରୁ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ତେଲ ଦର ବଢ଼ି ନ ଥିଲେ ମଧ୍ୟ ଏହି ଅବଧିରେ ଦର ପ୍ରାୟ ୭୦ ପଇସା କମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?