Posted inଜାତୀୟ

କଂଗ୍ରେସକୁ ବଡ଼ ଝଟ୍‌କା: ରାହୁଲଙ୍କ ଖାସ୍‌ ରବନୀତ୍‌ ସିଂ ଭାଜପାରେ ସାମିଲ

ଚଣ୍ଡିଗଡ଼,୨୬।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ତଥା ଏମ୍‌ପି ରବନୀତ୍‌ ସିଂ ବିଟୁ ଭାଜପାରେ ସାମିଲ ହୋଇଛନ୍ତି। ରାହୁଲ ଗାନ୍ଧୀଙ୍କ ଅତି ନିକଟତର ଥିବାରୁ କଂଗ୍ରେସର ଏକ ବଡ଼ ଚେହେରା ଭାବେ ତାଙ୍କୁ ବିବେଚନା କରାଯାଏ। ଏଣୁ ତାଙ୍କର ଭାଜପାରେ ଯୋଗଦାନ ରାହୁଲଙ୍କ ପାଇଁ ଝଟ୍‌କା ବୋଲି କୁହାଯାଉଛି।

ମଙ୍ଗଳବାର ସାରେ ପାର୍ଟି ମୁଖ୍ୟାଳୟରେ ଭାଜପା ନେତା ବିନୋଦ ତାୱଡେଙ୍କ ଉପସ୍ଥିତିରେ ରବନୀତ୍‌ ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ପଞ୍ଜାବ ଭାଜପାର ଅନେକ ବଡ଼ ନେତା ଉପସ୍ଥିତ ଥିଲେ। ସେ ୩ ଥର କଂଗ୍ରେସ ଏମ୍‌ପି ଭାବରେ ନିର୍ବାଚିତ ହୋଇଛନ୍ତି। ଆଗାମୀ ନିର୍ବାଚନରେ ଦଳରୁ ତାଙ୍କ ଟିକେଟ୍‌ ପକ୍କା ବୋଲି କୁହାଯାଉଥିଲା। ବର୍ତ୍ତମାନ ସମୟରେ ସେ ଲୁଧିଆନା କଂଗ୍ରେସରୁ ପ୍ରତିନିଧିତ୍ୱ କରୁଥିଲେ।

ରବନୀତ୍‌ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂଙ୍କ ନାତି, ଯିଏକି ଚଣ୍ଡିଗଡ଼ରେ ପଞ୍ଜାବର ସିଭିଲ୍‌ ସଚିବାଳୟରେ ଏକ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିଲେ। ତେବେ ଭାଜପାରେ ଯୋଗଦେବା ପରେ ରବନୀତ୍‌ ପ୍ରଧାନମନ୍ତ୍ରୀ ମୋଦି-ଶାହାଙ୍କୁ କୃତଜ୍ଞତା ଜଣାଇଛନ୍ତି। ଗତ ୧୦ ବର୍ଷ ଧରି ଅମିତ୍‌ ଶାହା ଏବଂ ଜେ ପି ନଡ୍ଡାଙ୍କ ସହ ସମ୍ପର୍କ ରହିଆସିଛି। ବର୍ତ୍ତମାନ ସମୟରେ ପଞ୍ଜାବର ପରିସ୍ଥିତିକୁ ବିଚାର କରି ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ଏହାଛଡ଼ା ସେ ସରକାର ଏବଂ ପଞ୍ଜାବ ମଧ୍ୟରେ ଏକ ସେତୁ ଭାବରେ କାର୍ଯ୍ୟ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri