Posted inଜାତୀୟ

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି। ଆଦିତ୍ୟ ଠାକରେ, ଅନିଲ ଦେଶାଇ ଏବଂ ସଞ୍ଜୟ ରାଉତଙ୍କ ସମେତ ବରିଷ୍ଠ ନେତାମାନେ ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କ ସହ ବୈଠକ କରିଥିଲେ। ବିଧାନସଭା ନିର୍ବାଚନ ଏବଂ ନାମାଙ୍କନପତ୍ର ପୂରଣ କରିବା ସମୟରେ ସେମାନେ କେଉଁ ସତର୍କତା ଅବଲମ୍ବନ କରିବେ ସେନେଇ ଦଳ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ନଭେମ୍ବର ୨୩ରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯିବ।

ଅନ୍ୟପକ୍ଷରେ, ଏକ କାର୍ଯ୍ୟକ୍ରମରେ ଶିବସେନା (ୟୁବିଟି) ନେତା ଅନିଲ ପରବ କହିଛନ୍ତି, ମହା ବିକାଶ ଆଗାଡି (ଏମ୍‌ଭିଏ)କୁ ମହାରାଷ୍ଟ୍ରରେ କ୍ଷମତାକୁ ଆସିବାକୁ କେହି ଅଟକାଇ ପାରିବେ ନାହିଁ ଏବଂ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ହେବେ ବୋଲି ଦାବି କରିଛନ୍ତି। ଏହାପୂର୍ବରୁ ଉଦ୍ଧବ ଠାକ୍‌ରେ କହିଥିଲେ, ଏମ୍‌ଭିଏ ଯାହାକୁ ମୁଖ୍ୟମନ୍ତ୍ରୀ କରିବ ଆମେ ତାଙ୍କୁ ସମର୍ଥନ ଦେବୁ। ତେବେ ଏମ୍‌ଭିଏରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri