ରବିବାର ନେପାଳରେ ନିର୍ବାଚନ, ବିରୋଧ କରୁଥିବା କମ୍ୟୁନିଷ୍ଟ ପାର୍ଟି ସଦସ୍ୟ ଗିରଫ…

କାଠମାଣ୍ଡୁ,୧୯।୧୧ : ନେପାଳରେ ରବିବାର ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ଶନିବାର ନେପାଳ କମ୍ୟୁନିଷ୍ଟ ପାର୍ଟି (କାନ୍ତିକାରୀ ମାଓବାଦୀ)ର ୬ଜଣ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ଅଭିଯୋଗ ହୋଇଛି ଯେ ହେବାକୁ ଥିବା ସାଧାରଣ ନିର୍ବାଚନ ବିରୋଧରେ ଏହି ଦଳର ସଦସ୍ୟମାନେ ସ୍ଲୋଗାନ ଦେଉଥିଲେ।

କାଠମାଣ୍ଡୁ ଘାଟି ପୋଲିସ ଅଧିକାରୀ ସୀତାରାମ ରିଜାଲ କହିଛନ୍ତି ଯେ ଗିରଫ କରାଯାଇ ଲୋକଙ୍କୁ ଦରବାର ମାର୍ଗରେ ରଖାଯାଇଛି। ଏହି ବିକ୍ଷୋଭକାରୀମାନେ ସାଧାରଣ ନିର୍ବାଚନ ବିରୋଧରେ କମ୍ୟୁନିଷ୍ଟ ଦଳର ଏକ ମିଳିତ ମଞ୍ଚର ପ୍ରତିନିଧିତ୍ୱ କରୁଥିଲେ।

ଏହାପୂର୍ବରୁ ନେପାଳର ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବା ଦେଶର ନାଗରିକମାନଙ୍କୁ ନିର୍ବାଚନରେ ମତଦାନ କରିବାକୁ ନିବେଦନ କରିଛନ୍ତି। ଏକ ଟୁଇଟରେ ସେ ନାଗରିକମାନଙ୍କୁ ନେପାଳୀ କଂଗ୍ରେସ ପାର୍ଟି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି।

ଦେଶର ଏକ ଅଗ୍ରଣୀ ଖବରକାଗଜ ଅନୁଯାୟୀ ନେପାଳ ସରକାର ନଭେମ୍ବର୨୦ ରେ ହେବାକୁ ଥିବା ନିର୍ବାଚନ ପାଇଁ ଦୁଇ ଦିନିଆ ସାଧାରଣ ଛୁଟି ଘୋଷଣା କରିଛନ୍ତି। ଗୃହ ମନ୍ତ୍ରଣାଳୟର ମୁଖପାତ୍ର ଧନୀନ୍ଦ୍ର ମଣି ପୋଖରେଲ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଯେ ଲୋକସଭା ଏବଂ ପ୍ରାଦେଶିକ ବିଧାନସଭା ନିର୍ବାଚନ ପାଇଁ ନଭେମ୍ବର ୨୦ ଏବଂ ନଭେମ୍ବର ୨୧ କୁ ସାଧାରଣ ଛୁଟି ଘୋଷଣା କରାଯାଇଛି। ଏହାସହ ଏଥିରେ କୁହାଯାଇଛି ଯେ ମତଦାନ କେନ୍ଦ୍ର ଭାବରେ ନାମିତ ବିଦ୍ୟାଳୟ ସମେତ ସମସ୍ତ ଶିକ୍ଷାନୁଷ୍ଠାନ ନଭେମ୍ବର ୧୮ ରୁ ୨୧ ପର୍ଯ୍ୟନ୍ତ ବନ୍ଦ ରହିବ।

ନେପାଳର ୨୭୫ ସଦସ୍ୟ ବିଶିଷ୍ଟ ଲୋକସଭା (ସଂସଦର ନିମ୍ନ ଗୃହ)ର ୧୬୫ ସଦସ୍ୟଙ୍କୁ ଚୟନ କରିବ। ଅବଶିଷ୍ଟ ୧୧୦ ଟି ସିଟ କ୍ଷେତ୍ରରେ ଆନୁପାତିକ ପ୍ରତିନିଧିତ୍ୱ ଆଧାରରେ ନିଷ୍ପତ୍ତି ନିଆଯିବ। ଅନ୍ୟପକ୍ଷରେ ରାଜ୍ୟସଭାରେ ୩୩୦ ଟି ଆସନ ପାଇଁ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?