ଋଷିଆରେ ନିର୍ବାଚନ: କେରଳରେ ହେଉଛି ଭୋଟିଂ! ଜାଣନ୍ତୁ କାହିଁକି

ଥିରୁଭାନନ୍ତପୁରମ୍‌,୧୫।୩: କେବଳ ଦେଶରେ ନୁହେଁ ସାରା ବିଶ୍ୱରେ ଏବର୍ଷ ନିର୍ବାଚନୀ ବର୍ଷ। ଭାରତରେ ଆଉ ମାସକ ପରେ ନିର୍ବାଚନ ହେବାକୁ ଥିବାବେଳେ ଦେଶର ବନ୍ଧୁରାଷ୍ଟ୍ର ଋଷିଆରେ ନିର୍ବାଚନ ଆରମ୍ଭ ହୋଇଛି। ଋଷିଆ ଜନସାଧାରଣ ବୁଥ୍‌କୁ ଯାଇ ଭୋଟିଂ କରୁଛନ୍ତି। ହେଲେ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି, ଋଷିଆରେ ନିର୍ବାଚନ ପାଇଁ କେରଳରେ ଭୋଟିଂ ହେଉଛି। ଜାଣି ଆଶ୍ଚର୍ଯ୍ୟ ହେଲେ ବି ଏହା ସତ।

କେରଳର ଥିରୁଭାନନ୍ତପୁରମରେ ଏନେଇ ମତଦାନ ହେଉଛି। ବହୁ ମତଦାତା ଏଥିରେ ଭାଗ ନେଇ ଭୋଟିଂ କରୁଛନ୍ତି। ତେବେ କହିରଖୁଛୁ କି, ଭାରତରେ ରହୁଥିବା ଋଷୀୟ ନାଗରିକ ଓ ପର୍ଯ୍ୟଟକଙ୍କ ପାଇଁ ଋଷିଆ ଏହି ବନ୍ଦୋବସ୍ତ କରିଛି। ଋଷିଆର ବାଣିଜ୍ୟ ଦୂତବାସ ଏହାକୁ ପରିଚାଳନା କରୁଛି। ଥିରୁଭାନନ୍ତପୁରମରେ ଥିବା ଋଷିଆନ ସଦନରେ ଏହି ଭୋଟିଂ ପାଇଁ ବୁଥ୍‌ ପ୍ରତିଷ୍ଠା ହୋଇଛି। ଏହା ତୃତୀୟ ଥର ପାଇଁ ହେଉଛି ଯେଉଁଥିରେ ଦେଶରେ ଋଷିଆ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଋଷିଆର ୧୧ଟି କ୍ଷେତ୍ର ପାଇଁ ତିନି ପର୍ଯ୍ୟାୟ ଧରି ଥିରୁଭାନନ୍ତପୁରମରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଭୋଟିଂରେ ଋଷିଆ ଅକ୍ତିଆର କରିଥିବା ୟୁକ୍ରେନର କେତେକ କ୍ଷେତ୍ର ମଧ୍ୟ ସାମିଲ ରହିଛି।

ସୂଚନାଯୋଗ୍ୟ, ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ କାର୍ଯ୍ୟକାଳ ୬ବର୍ଷ ଆହୁରି ବଢିବାର ଆଶଙ୍କା ରହିଛି। କାରଣ ପୁଟିନ ର୍ନିବିରୋଧ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri