Posted inଖେଳ

ମହାମାରୀ ଭୟ ସତ୍ତ୍ୱେ ଟୋକିଓରେ ନିର୍ବାଚନ

ଟୋକିଓ,୫।୭(ଏପି): କୋଭିଡ୍‌-୧୯ ମହାମାରୀର ଭୟାବହତା ପାଇଁ ଅଲିମ୍ପିକ୍ସ ଆୟୋଜନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲେ ମଧ୍ୟ ଟୋକିଓରେ ଆସେମ୍ବ୍ଲି ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଉ ପାଖାପାଖି ୩ ସପ୍ତାହ ପରେ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଯାଉଥିବା ବେଳେ କରୋନ ସଂକ୍ରମଣ ବଢିବାରେ ଲାଗିଛି। ରବିବାର ଅନୁଷ୍ଠିତ ନିର୍ବାଚନରେ ୧୨୭ଟି ସିଟ୍‌ ପାଇଁ ୨୭୧ ଜଣ ପ୍ରାର୍ଥୀ ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିଲେ। ଟୋକିଓର ୧୪ ମିଲିୟନ ଲୋକଙ୍କ ମଧ୍ୟରୁ ୯.୮ ମିଲିୟନ ଲୋକ ଭୋଟ ଦେବାକୁ ଯୋଗ୍ୟ ବିବେଚିତ ଥିଲେ।
ଏକ ପବ୍ଲିକ ଓପିନିୟନ ସର୍ଭେରେ ପାଖାପାଖି ୬୦ ପ୍ରତିଶତ ଲୋକ ଅଲିମ୍ପିକ୍ସ ବାତିଲ କରିବାକୁ କିମ୍ବା ଘୁଞ୍ଚାଇ ଦେବାକୁ ନିଜର ମତ ରଖିଛନ୍ତି। ଏ ପର୍ଯ୍ୟନ୍ତ ମାତ୍ର ୧୦ ପ୍ରତିଶତ ଲୋକଙ୍କର ସମ୍ପୂର୍ଣ୍ଣ ଟିକାକରଣ ହୋଇଛି। ୟୁରିକୋ କୋଇକେଙ୍କ ତୋମିନ ଫାର୍ଷ୍ଟ ପାର୍ଟି ଓ ପ୍ରଧାନମନ୍ତ୍ରୀ ୟୋଶିହାଇଡ ସୁଗାଙ୍କ ଲିବେରାଲ ଡେମୋକ୍ରାଟ୍ସ ପାର୍ଟି ମଧ୍ୟରେ କଡ଼ା ମୁକାବିଲା ହେବ ବୋଲି ଏକ୍‌ଜିଟ ପୋଲ୍‌ରୁ ଜଣାଯାଇଛି। ତୋମିନ ଫାର୍ଷ୍ଟ ୨୦ରୁ ୩୫ ଓ ଲିବେରାଲ ୨୫ରୁ ୪୩ ସିଟ୍‌ ଜିତିବ ବୋଲି ଅନୁମାନ କରାଯାଇଛି। ନିରାପତ୍ତାର ସହ ସୁରକ୍ଷିତ ଭାବେ ଲିବେରାଲ ଅଲିମ୍ପିକ୍ସ ଆୟୋଜନ କରିବାକୁ ପ୍ରତିଶ୍ରୁତି ଦେଇଛି ଓ ଦଳ ପାଖରେ ଏବେ ୨୫ଟି ସିଟ୍‌ ରହିଛି।
ଜୁଲାଇ ୨୩ରୁ ଆରମ୍ଭ ହେବାକୁ ଥିବା ଅଲିମ୍ପିକ୍ସରେ ୧୫,୦୦୦ ଆଥ୍‌ଲେଟଙ୍କ ସମେତ ୫୦,୦୦୦ ଅଫିସିଆଲ ଟୋକିଓ ଆସିବେ ଓ ୭୦,୦୦୦ ଭଲ୍ୟୁଣ୍ଟିୟର୍ସ ଦାୟିତ୍ୱରେ ରହିବେ। ଅଲିମ୍ପିକ୍ସ ଦ୍ୱାରା କରୋନା ସଂକ୍ରମଣରେ ବିସ୍ଫୋରଣ ହେବ ବୋଲି କେତେଜଣ ଚିକିତ୍ସା ବିଜ୍ଞାନୀ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?