Posted inଜାତୀୟ

ନିର୍ବାଚନ ଏକ ଅଧିକାର ଭିକ ନୁହେଁ: ଉମର ଅବଦୁଲା…

ଶ୍ରୀନଗର,୧୦।୧ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ନିର୍ବାଚନ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଲୋକମାନଙ୍କର ନିର୍ବାଚନ କରିବାର ଅଧିକାର ଅଛି, କିନ୍ତୁ ସେମାନେ ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଭିକ ମାଗିବେ ନାହିଁ।

ମଙ୍ଗଳବାର ଅନନ୍ତନାଗରେ ଗଣମାଧ୍ୟମ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ନିର୍ବାଚନ ଅନୁଷ୍ଠିତ ନ ଥିଲେ ମଧ୍ୟ କିଛି ଭୟ କରିବାର ନାହିଁ। ସମ୍ବିଧାନ ଏହି ଅଧିକାର ଦେଇଛି। ମାତ୍ର ଏନେଇ କାହା ଆଗରେ ହାତ ପତାଇବାର ଆବଶ୍ୟକତା ନାହିଁ।

ସମ୍ପତ୍ତି ଏବଂ ରାଜ୍ୟ ଜମିରୁ ଲୋକଙ୍କୁ ବେଦଖଲ କରିବା ପ୍ରଶ୍ନର ଉତ୍ତରରେ ଉମର କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ନିର୍ବାଚନ ନକରିବାର ଏହା ଅନ୍ୟତମ କାରଣ ମଧ୍ୟ ରହିଛି। ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଜାଣନ୍ତି ଯେ ନିର୍ବାଚିତ ସରକାର ଲୋକଙ୍କ କ୍ଷତକୁ ଭଲ କରିବାକୁ ଚେଷ୍ଟା କରିବେ। ମାତ୍ର କେନ୍ଦ୍ର ସରକାର କେବଳ କ୍ଷତରେ ଲୁଣ ଛିଞ୍ଚିବା କାମ କରିବେ।

କେନ୍ଦ୍ର ସରକାର ନିର୍ବାଚନ କରାଇବାକୁ ଚାହୁଁନାହାଁନ୍ତି। ଲୋକଙ୍କୁ ଅସୁବିଧାରେ ପକାଇବା ପାଇଁ କେନ୍ଦ୍ର ସରକାର ଯୋଜନା କରିଛନ୍ତି। ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ଗ୍ରାମରକ୍ଷୀଙ୍କୁ ଅସ୍ତ୍ରଶସ୍ତ୍ର ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିବା କେନ୍ଦ୍ର ସରକାର ନିଜର ବିଫଳତାକୁ ଗ୍ରହଣ କରିଛନ୍ତି ବୋଲି ସେ ଦାବି କରିଛନ୍ତି। ସ୍ବତନ୍ତ୍ର ମାନ୍ୟତା ରଦ୍ଦ କରିବାବେଳେ ମୋଦି ସରକାର ଦାବି କରିଥିଲେ ଯେ ବନ୍ଧୁକ ସଂସ୍କୃତି ଶେଷ ହେବ କିନ୍ତୁ ସେମାନେ ସଫଳ ହୋଇପାରି ନାହାନ୍ତି।

ଜମ୍ମୁ-କଶ୍ମୀରରେ ଘଟୁଥିବା ଆତଙ୍କବାଦୀ ଆକ୍ରମଣରୁ ଏହା ସ୍ପଷ୍ଟ ହୋଇଛି ଯେ, କେନ୍ଦ୍ର ସରକାର ନିଜ ଯୋଜନା ଏବଂ ପ୍ରତିଶ୍ରୁତିରେ କେତେଦୂର ସଫଳ ଅବା ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri