Posted inଜାତୀୟ

ଛିନ୍ଦଓ୍ବାଡ଼ାରୁ ନକୁଳ ନାଥ, ଜାଲୋରରୁ ଲଢ଼ିବେ ବୈଭବ ଗେହଲଟ୍‌; ଦ୍ୱିତୀୟ ତାଲିକାରେ ୪୩ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୧୨।୩: ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୩ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଏହାପୂର୍ବରୁ ଦଳ ଦ୍ୱାରା ୩୯ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇଥିଲା। ତେବେ ୨ୟ ତାଲିକାରେ ମଧ୍ୟପ୍ରଦେଶର ଛିନ୍ଦୱାଡ଼ା ଆସନରୁ ପୂର୍ବତନ ସିଏମ୍‌ କମଲ ନାଥଙ୍କ ପୁଅ ନକୁଳ ନାଥଙ୍କୁ ଟିକେଟ ଦିଆଯାଇଛି। ଗୌରବ ଗୋଗୋଇଙ୍କୁ ଆସାମର ଜୋରହାଜରୁ ପ୍ରାର୍ଥୀ ଘୋଷିତ କରାଯାଇଥିବାବେଳେ ପୂର୍ବତନ ସିଏମ ଅଶୋକ ଗେହଲଟଙ୍କ ପୁଅ ବୈଭବ ଗେହଲଟଙ୍କୁ ରାଜସ୍ଥାନରେ ଜାଲୋରରୁ ଟିକେଟ ଦିଆଯାଇଛି।

କଂଗ୍ରେସ ରାଜସ୍ଥାନର ୨୫ ଲୋକ ସଭା ଆସନ ମଧ୍ୟରୁ ୧୦ଟି ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏଥିମଧ୍ୟରୁ ବିକାନେରରୁ ଗୋବିନ୍ଦ ମେଘୱାଲ, ଚୁରୁରୁ ରାହୁଲ କାସୱା, ଜୁଞ୍ଜୁନୁରୁ ବ୍ରିଜେନ୍ଦ୍ର ଓଲା, ଅଲୱାରରୁ ଲଳିତ ଯାଦବ, ଭାରତପୁରରୁ ସଞ୍ଜନା ଜାଟଭ, ଟୋଙ୍କରୁ ହରିଶ ମୀନା, ଯୋଧପୁରରୁ କରଣ ସିଂ ଉଚିରାଡା, ଜାଲୋର ସିରୋହୀରୁ ବୈଭବ ଗେହଲଟ୍‌, ଉଦୟପୁରରୁ ତାରଚାନ୍ଦ ମୀନା ପ୍ରମୁଖଙ୍କୁ ଟିକେଟ ଦିଆଯାଇଛି।

ମଧ୍ୟପ୍ରଦେଶର ଯେଉଁ ୧୦ ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି ସେଥିରେ ଛିନ୍ଦଓ୍ବାଡାରୁ ନକୁଲ ନାଥ, ଭିଣ୍ଡରୁ ଫୁଲ ସିଂ ବରୈୟା, ଟିକାମଗଡରୁ ପଙ୍କଚ ଅହିରୱର, ସତ୍ୟରୁ ସିଦ୍ଧାର୍ଥ କୁଶୱା, ସିଦ୍ଧିର କମଲେଶ୍ୱର ପଟେଲ, ମଣ୍ଡଳରୁ ଓମକର ସିଂ ମାର୍କମ, ଦେୱାସରୁ ରାଜେନ୍ଦ୍ର ମାଲଭିଆ, ଧରରୁ ରାଡେଶ୍ୟାମ ମୁଭେଲ, ଖାର୍ଗୋନରୁ ପୋରଲ ଖାର୍ଟ, ବେତୁଲରୁ ରାମୁ ଟେକାମ ପ୍ରମୁଖ ରହିଛନ୍ତି।

Congress Second List

Congress List


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri