Posted inଜାତୀୟ

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ ପ୍ରଥମେ ଏକ ଖବରଦାତା ସମ୍ମିଳନୀ କରି ସାଧାରଣ ଲୋକଙ୍କ ନିକଟକୁ ତାଙ୍କ ସ୍ବାମୀଙ୍କ ବାର୍ତ୍ତା ପହଞ୍ଚାଇଥିଲେ। ଏହା ପରେ ସେ ରାଞ୍ଚିରେ ‘ଇଣ୍ଡିଆ ’ ମେଣ୍ଟର ରାଲିରେ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଥିଲେ। ଏବେ ସେ ଦିଲ୍ଲୀର ଆମ ଆଦମୀ ପାର୍ଟି (ଏଏପି) ପ୍ରାର୍ଥୀଙ୍କ ପାଇଁ ଏକ ରୋଡ ଶୋ’ କରିବାକୁ ଯାଉଛନ୍ତି।

ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୪ ଜଣ ପ୍ରାର୍ଥୀଙ୍କ ପାଇଁ ସୁନୀତା ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ସେ ଶନିବାର ଏବଂ ରବିବାର ଏକ ରୋଡ୍‌ ଶୋ’ ଆୟୋଜନ କରିବେ ଏବଂ ଦିଲ୍ଲୀର ୪ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ, ଯାହାର ଆରମ୍ଭ ପୂର୍ବ ଦିଲ୍ଲୀରୁ ହୋଇପାରେ। ପାର୍ଟି ସୂତ୍ରରୁ ଜଣାପଡ଼ିଛି ଯେ ସୁନୀତା ପ୍ରଥମେ କୋଣ୍ଡଲି ଅଞ୍ଚଳରେ ଏକ ରୋଡ ଶୋ’ କରିବେ। ଏହି ପୂର୍ବ ଦିଲ୍ଲୀ ଲୋକ ସଭା ଆସନରୁ ବିଧାୟକ କୁଲଦୀପ କୁମାର ନିର୍ବାଚନ ମଇଦାନରେ ଅଛନ୍ତି। ଏହା ପୂର୍ବରୁ ସଞ୍ଜୟ ସିଂ ଖବରଦାତା ସମ୍ମିଳନୀରେ କହିଥିଲେ ଯେ ସୁନୀତା ଶୁକ୍ରବାରଠାରୁ ଦିଲ୍ଲୀରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ପ୍ରଚାର କରିବେ।

ମାର୍ଚ୍ଚରେ ମନି ଲଣ୍ଡରିଂ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା କେଜ୍‌ରିିୱାଲଙ୍କୁ ଗିରଫ କରାଯିବା ପରେ ସୁନୀତା ଧୀରେ ଧୀରେ ତାଙ୍କ ଭାବମୂର୍ତ୍ତିରୁ ବାହାରି ପ୍ରଚାର ଅଭିଯାନକୁ ଗତି ଦେବା ପାଇଁ ଏକ ବଡ଼ ଭୂମିକା ତୁଲାଉଛନ୍ତି। ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରାଯାଇଥିଲା ଏବଂ ସେ ମେ ୭ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri