Posted inଜାତୀୟ

‘ନିଜକୁ ମହାନ ବୋଲି ଭାବି ଦେଶ ଏବଂ ଗଣତନ୍ତ୍ରର ମର୍ଯ୍ୟାଦା ହାନି କରୁଛନ୍ତି ମୋଦି’

ଜୟପୁ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି। ଲୋକ ସଭା ନିର୍ବାଚନ ୨୦୨୪ ଲାଗି ସୋନିଆ ଶନିବାର ବଡ଼ ରାଲି କରିଥିଲେ। ଜୟପୁରରେ ହୋଇଥିବା ଏହି ରାଲିରେ ସୋନିଆ କହିଛନ୍ତି ଯେ, ମୋଦି ନିଜକୁ ମହାନ ଭାବି ଦେଶ ଏବଂ ଗଣତନ୍ତ୍ରର ମର୍ଯ୍ୟାଦା ହାନି କରୁଛନ୍ତି। ଆଜି ଆମ ଦେଶର ଗଣତନ୍ତ୍ର ବିପଦରେ ବୋଲି ସେ କହିଛନ୍ତି।

ସୋନିଆ ଜୟପୁରର ବିଦ୍ୟାଧରନଗରରେ ଆୟୋଜିତ ଏକ ନର୍ବିାଚନୀ ଜନସମାବେଶକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଦେଶ ଉପରେ ହେବା ବିଷୟରେ ସ୍ବପ୍ନରେ ବି ଚିନ୍ତା କରିପାରିବୁ ନାହିଁ। କ’ଣ କିଏ ଦେଶ ଉପରେ ବଡ଼ ହୋଇପାରେ? ଯିଏ ତାହା ଭାବେ ତାକୁ ଦେଶବାସୀ ଅସଲ ମୁଖା ଦେଖାଇଦିଅନ୍ତି। ଦୁର୍ଭାଗ୍ୟ ଯେ ଆମ ଦେଶରେ ଏଭଳି ନେତା ଶାସନ କ୍ଷମତାରେ ଅଛନ୍ତି। ମୋଦି ଜୀ ନିଜକୁ ମହାନ ଭାବି ଦେଶ ଏବଂ ଗଣତନ୍ତ୍ରର ମର୍ଯ୍ୟାଦାକୁ ହାନି ପହଞ୍ଚାଉଛନ୍ତି।

ଏହାଛଡ଼ା ସୋନିଆ କହିଛନ୍ତି, ବିରୋଧି ନେତାଙ୍କୁ ଧମକାଇବା, ଡରାଇବା ଏବଂ ଭାଜପାରେ ସାମିଲ ହେବା ଲାଗି କଳବଳ କୌଶଳ ଆପଣାଯାଉଛି। ଆମ ଦେଶ ଗତ ୧୦ ବର୍ଷରେ ଏଭଳି ସରକାର ହାତରେ ଅଛି ଯିଏ ବେରୋଜଗାରୀ, ମହଙ୍ଗାମାଡ଼, ଆର୍ଥିକ ସଙ୍କଟ, ଅସମାନତା ଏବଂ ଅତ୍ୟାଚାରକୁ ପ୍ରଶୟ ଦେବାକୁ ସବୁକିଛି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri