Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ବିଏସ୍‌ପି ମୁଖ୍ୟ ମାୟାବତୀଙ୍କୁ ବଡ଼ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶ ବିଜନୋରର ଏମ୍‌ପି ମାଲୁକ ନାଗର ବିଏସ୍‌ପିରୁ ଇସ୍ତଫା ଦେଇଛନ୍ତି। ଏହାପରେ ସେ ଆର୍‌ଏଲ୍‌ଡିରେ ଯୋଗ ଦେଇଛନ୍ତି।

ଆର୍‌ଏଲ୍‌ଡିରେ ସାମିଲ ହେବା ପରେ ମାଲୁକ ନାଗର କହିଛନ୍ତି, ମୁଁ ୨୦୦୬ରୁ ବିଏସ୍‌ପିରେ ଅଛି। ଏହା ଏକ ଐତିହାସିକ ରେକର୍ଡ, କାରଣ ବିଏସ୍‌ପିରେ କୌଣସି ନେତା ୧୮ ବର୍ଷ ଯାଏ ରହିନାହାନ୍ତି। ବିଏସ୍‌ପିରେ ନେତା ଦଳରୁ ବହିଷ୍କୃତ ହେଉଛନ୍ତି କିମ୍ବା ଦଳ ଛାଡ଼ିଛନ୍ତି। ୨୦୨୨ରେ ବିଧାୟକ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିନାହିଁ, ୨୦୨୪ରେ ଏମ୍‌ପି ନିର୍ବାଚନରେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିନାହିଁ। ଘରେ ବସି ଦେଶ ପାଇଁ କାମ ନ କରିବା ଠିକ୍‌ ନୁହେଁ। ସେଥିଲାଗି ଇସ୍ତଫା ଦେଉଛି ବୋଲି ସେ କହିଛନ୍ତି।

କହିରଖୁଛୁ, ବିଏସ୍‌ପି ମୁଖ୍ୟ ମାୟାବତୀ ଏଥର ମାଲୁକ ନାଗରଙ୍କ ଟିକେଟ କାଟି ଦେଇଛନ୍ତି। ତାଙ୍କ ସ୍ଥାନରେ ଦଳ ବିଜେନ୍ଦ୍ର ସିଂଙ୍କୁ ପ୍ରାର୍ଥୀ କରିଛି। ଏନେଇ ନିରାଶ ହୋଇ ନାଗର ଦଳ ଛାଡ଼ିଥିବା କୁହାଯାଉଛି। ତେବେ ବିଏସ୍‌ପିର ଶକ୍ତିଶାଳୀ ନେତାଙ୍କ ମଧ୍ୟରେ ନାଗରଙ୍କୁ ଗଣନା କରାଯାଏ। ତାଙ୍କୁ ମାୟାବତୀଙ୍କ ପାଖ ଲୋକ ବୋଲି କୁହାଯାଏ। ଏଣୁ ସେ ଦଳରୁ ଇସ୍ତଫା ଦେବା ବଡ଼ ଝଟ୍‌କା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri