ନିର୍ବାଚନ ହୋଇପାରେ, ଫଳାଫଳ ପ୍ରକାଶ ହେବନି: ହାଇକୋର୍ଟ

ହାଟଡିହୀ,୨ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ଟି ପଞ୍ଚାୟତରେ ନାଏବ ସରପଞ୍ଚ ନିର୍ବାଚନ ହେବାକୁ ଦିନ ଧାର୍ଯ୍ୟ ହୋଇଥିଲା। ସେଥିମଧ୍ୟରୁ ୨୮ଟି ପଞ୍ଚାୟତରେ ପ୍ରାର୍ଥୀମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। ଶଢ଼ା, ମରୈଗାଁ ପଞ୍ଚାୟତରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। କିନ୍ତୁ ହାବଳେଶ୍ୱର ପଞ୍ଚାୟତ ଅଧୀନ ୧୭ଟି ଓ୍ବାର୍ଟ ମଧ୍ୟରୁ ୧୬ଟିରେ ଓ୍ବାର୍ଡମେମ୍ବର ନିର୍ବାଚନ ହୋଇଥିଲା। ସଂରକ୍ଷଣ ଦୃଷ୍ଟିକୋଣରୁ ଗୋଟିଏ ଓ୍ବାର୍ଡରେ କେହି ପ୍ରାର୍ଥୀ ନ ଥିବାରୁ ଓ୍ବାର୍ଡମେମ୍ବର ନିର୍ବାଚନ ହୋଇ ନ ଥିଲା। କେବଳ ମାତ୍ର ଚାନ୍ଦ ମୁଣ୍ଡା ନାଏବ ସରପଞ୍ଚ ଭାବେ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ଏବଂ ୧୦ ଜଣ ଓ୍ବାର୍ଡମେମ୍ବର ପ୍ରୋସିଡିଂ ରେଜିଷ୍ଟରରେ ଦସ୍ତଖତ କରିଥିଲେ। ଫଳରେ ଚାନ୍ଦ ମୁଣ୍ଡା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ପ୍ରିଜାଇଡିଂ ଅଫିସର ଭାବେ ଉପସ୍ଥିତ ଥିବା ଶିକ୍ଷକ ଶିଶିର ନାୟକ ପ୍ରୋସିଡିଂ ରେଜିଷ୍ଟରରେ ଉଲ୍ଲେଖ କରିବା ସହ ଘୋଷଣା କରିଥିଲେ।

ଅପରପକ୍ଷେ ଏହି ପଞ୍ଚାୟତରେ କୋରମ ଅଭାବ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଯୋଗୁ ନାଏବ ସରପଞ୍ଚ ନିର୍ବାଚନ ସ୍ଥଗିତ ରହିବା ନେଇ ବ୍ଲକ ପକ୍ଷରୁ ଚିଠି ନଂ ୯୫୫/୧୧.୩.୨୨ରେ ନୋଟିସ ଜାରି ହୋଇଥିଲା। ପୁନଶ୍ଚ ଚିଠି ନଂ ୧୧୪୯/୩୧.୩.୨୦୨୨ ଅନୁସାରେ ୨.୦୪.୨୦୨୨ରେ ନାଏବ ସରପଞ୍ଚ ନିର୍ବାଚନ ହେବା ପାଇଁ ଆଦେଶନାମା ଜାରି ହୋଇଥିଲା। ପ୍ରିଜାଇଡିଂ ଅଫିସର ଭାବେ ପିଇଓ ନରହରି ନାୟକଙ୍କୁ ବ୍ଲକ ପକ୍ଷରୁ ନିଯୁକ୍ତ କରାଯାଇଥିଲା। ମାତ୍ର କୌଣସି ଓ୍ବାର୍ଡମେମ୍ବର ନିର୍ବାଚନରେ ସାମିଲ ହୋଇ ନ ଥିଲେ କି ଆସିଲେ ନାହିଁ । ଅପର ପକ୍ଷେ ଏପରି ଆଦେଶନାମା ବିରୋଧରେ ଚାନ୍ଦ ମୁଣ୍ଡା ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କେସ୍‌ ନଂ ଡବ୍ଲ୍ୟୁପିସି ୭୮୩୫/୨୦୨୨ ଅଟେ। ଏଥିରେ କେନ୍ଦୁଝର ଜିଲାପାଳ,ଆନନ୍ଦପୁର ଉପଜିଲାପାଳ,ଜିଲା ପଞ୍ଚାୟତ ଅଧିକାରୀ,ହାଟଡିହୀ ବିଡିଓଙ୍କୁ ପକ୍ଷଭୁକ୍ତ କରି ନୋଟିସ ଜାରି କରିଛନ୍ତି। ଏଥିସହ ନାଏବ ସରପଞ୍ଚ ନିର୍ବାଚନ ହୋଇପାରେ କିନ୍ତୁ ଫଳାଫଳ ପ୍ରକାଶ ହେବନି ବୋଲି ମାନ୍ୟବର ଓଡ଼ିଶା ହାଇକୋର୍ଟ ୨୯.୩.୨୦୨୨ରେ ଆଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri