Posted inଜାତୀୟ

‘ଏକାକୀ ଲୋକ ସଭା ନିର୍ବାଚନ ଲଢ଼ିବ ବିଏସ୍‌ପି, କଂଗ୍ରେସ ସହ ମେଣ୍ଟ ଖବର ଗୁଜବ’

ନୂଆଦିଲ୍ଲୀ,୯।୩: କଂଗ୍ରେସ ସହ ମେଣ୍ଟ ନେଇ ସମସ୍ତ ଆଲୋଚନା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବହୁଜନ ସମାଜ ପାର୍ଟି(ବିଏସ୍‌ପି) ସୁପ୍ରିମୋ ମାୟାବତୀ। ଏହି ଖବର ଗୁଜବ। ତାଙ୍କ ଦଳ ଏକାକୀ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି। ସେ କୌଣସି ବି ଦଳ ସହ ମେଣ୍ଟ କରିବେ ନାହିଁ ବୋଲି ସ୍ପଷ୍ଟ କହିଛନ୍ତି।

ମାୟାବତୀ ଟୁଇଟ୍‌ କରି କହିଛନ୍ତି, ବିଏସ୍‌ପି ଦେଶରେ ଲୋକ ସଭା ନିର୍ବାଚନ ଏକାକି ନିଜ ଶକ୍ତି ବଳରେ ଲଢ଼ିବ। ଏଭଳି ସ୍ଥିତିରେ ଏକ ନିର୍ବାଚନୀ ମେଣ୍ଟ ଅଥବା ତୃତୀୟ ସାମ୍ମୁଖ୍ୟ ଗଠନ ବିଷୟରେ ଗୁଜବ ପ୍ରଚାର କରିବା ଭୁଲ ଖବର। ଗଣମାଧ୍ୟମ ଏଭଳି ଦୁର୍ଭାଗ୍ୟଜନକ ଖବର ଦେଇ ନିଜର ବିଶ୍ୱାସନୀୟତା ହରାଇବା ଉଚିତ୍‌ ନୁହେଁ। ଲୋକମାନେ ମଧ୍ୟ ସାବଧାନ ହେବା ଉଚିତ।

ୟୁପିରେ ବିଏସ୍‌ପି ଏକାକୀ ନିର୍ବାଚନ ଲଢ଼ୁଥିବାରୁ ବିରୋଧୀଦଳଗୁଡ଼ିକ ଚିନ୍ତାରେ ପଡ଼ିଛନ୍ତି। ଏଣୁ ସେମାନେ ବିଭିନ୍ନ ପ୍ରକାର ଗୁଜବ ପ୍ରଚାର କରି ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ହେଲେ ବହୁଜନ ସମାଜର ଉନ୍ନତି ଲାଗି ବିଏସ୍‌ପି ନିର୍ବାଚନରେ ଏକାକୀ ଲଢ଼ିବା ନିଷ୍ପତ୍ତି ବଦଳାଇବ ନାହିଁ ବୋଲି ସେ କହିଛନ୍ତି।

କହିରଖୁଛୁ, ମାୟାବତୀ କଂଗ୍ରେସ ସହ ହାତ ମିଳାଇ ପାରନ୍ତି ଏବଂ ତାଙ୍କ ଦଳ ୟୁପି ବ୍ୟତୀତ ଅନ୍ୟ ରାଜ୍ୟରେ ମେଣ୍ଟକୁ ନେଇ ସହଯୋଗୀ ଖୋଜୁଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଥିଲା। ଗତ ନିର୍ବାଚନରେ ମାୟାବତୀ ଏକାକୀ ନିର୍ବାଚନ ଲଢ଼ିବେ ବୋଲି ନିଷ୍ପତ୍ତି ନେଇଥିଲେ, ହେଲେ ପରେ ସମାଜବାଦୀ ପାର୍ଟୀ ସହ ମେଣ୍ଟ ଗଠନ କରିଥିଲେ। ଏଣୁ ସେଭଳି କିଛି ଆଗାମୀ ନିର୍ବାଚନରେ ଦେଖିବାକୁ ମିଳିପାରେ ବୋଲି ଚର୍ଚ୍ଚା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri