Posted inଜାତୀୟ

‘ଏକାକୀ ଲୋକ ସଭା ନିର୍ବାଚନ ଲଢ଼ିବ ବିଏସ୍‌ପି, କଂଗ୍ରେସ ସହ ମେଣ୍ଟ ଖବର ଗୁଜବ’

ନୂଆଦିଲ୍ଲୀ,୯।୩: କଂଗ୍ରେସ ସହ ମେଣ୍ଟ ନେଇ ସମସ୍ତ ଆଲୋଚନା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବହୁଜନ ସମାଜ ପାର୍ଟି(ବିଏସ୍‌ପି) ସୁପ୍ରିମୋ ମାୟାବତୀ। ଏହି ଖବର ଗୁଜବ। ତାଙ୍କ ଦଳ ଏକାକୀ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି। ସେ କୌଣସି ବି ଦଳ ସହ ମେଣ୍ଟ କରିବେ ନାହିଁ ବୋଲି ସ୍ପଷ୍ଟ କହିଛନ୍ତି।

ମାୟାବତୀ ଟୁଇଟ୍‌ କରି କହିଛନ୍ତି, ବିଏସ୍‌ପି ଦେଶରେ ଲୋକ ସଭା ନିର୍ବାଚନ ଏକାକି ନିଜ ଶକ୍ତି ବଳରେ ଲଢ଼ିବ। ଏଭଳି ସ୍ଥିତିରେ ଏକ ନିର୍ବାଚନୀ ମେଣ୍ଟ ଅଥବା ତୃତୀୟ ସାମ୍ମୁଖ୍ୟ ଗଠନ ବିଷୟରେ ଗୁଜବ ପ୍ରଚାର କରିବା ଭୁଲ ଖବର। ଗଣମାଧ୍ୟମ ଏଭଳି ଦୁର୍ଭାଗ୍ୟଜନକ ଖବର ଦେଇ ନିଜର ବିଶ୍ୱାସନୀୟତା ହରାଇବା ଉଚିତ୍‌ ନୁହେଁ। ଲୋକମାନେ ମଧ୍ୟ ସାବଧାନ ହେବା ଉଚିତ।

ୟୁପିରେ ବିଏସ୍‌ପି ଏକାକୀ ନିର୍ବାଚନ ଲଢ଼ୁଥିବାରୁ ବିରୋଧୀଦଳଗୁଡ଼ିକ ଚିନ୍ତାରେ ପଡ଼ିଛନ୍ତି। ଏଣୁ ସେମାନେ ବିଭିନ୍ନ ପ୍ରକାର ଗୁଜବ ପ୍ରଚାର କରି ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ହେଲେ ବହୁଜନ ସମାଜର ଉନ୍ନତି ଲାଗି ବିଏସ୍‌ପି ନିର୍ବାଚନରେ ଏକାକୀ ଲଢ଼ିବା ନିଷ୍ପତ୍ତି ବଦଳାଇବ ନାହିଁ ବୋଲି ସେ କହିଛନ୍ତି।

କହିରଖୁଛୁ, ମାୟାବତୀ କଂଗ୍ରେସ ସହ ହାତ ମିଳାଇ ପାରନ୍ତି ଏବଂ ତାଙ୍କ ଦଳ ୟୁପି ବ୍ୟତୀତ ଅନ୍ୟ ରାଜ୍ୟରେ ମେଣ୍ଟକୁ ନେଇ ସହଯୋଗୀ ଖୋଜୁଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଥିଲା। ଗତ ନିର୍ବାଚନରେ ମାୟାବତୀ ଏକାକୀ ନିର୍ବାଚନ ଲଢ଼ିବେ ବୋଲି ନିଷ୍ପତ୍ତି ନେଇଥିଲେ, ହେଲେ ପରେ ସମାଜବାଦୀ ପାର୍ଟୀ ସହ ମେଣ୍ଟ ଗଠନ କରିଥିଲେ। ଏଣୁ ସେଭଳି କିଛି ଆଗାମୀ ନିର୍ବାଚନରେ ଦେଖିବାକୁ ମିଳିପାରେ ବୋଲି ଚର୍ଚ୍ଚା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri