Posted inଜାତୀୟ

‘ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ’ ବୟାନକୁ ନେଇ ଚର୍ଚ୍ଚାରେ ଥିବା ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ।  ହେଲେ  ପାଖରେ ନିର୍ବାଚନ ଲଢ଼ିବାକୁ ଟଙ୍କା ନ ଥିବା କହି ସେ ଏହାକୁ ଏଡାଇ ଯାଇଛନ୍ତି। ଏପରିକି ଦଳ ତାଙ୍କର ନିଷ୍ପତ୍ତିକୁ ଗ୍ରହଣ କରିଥିବାରୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏମିତିରେ ପ୍ରଶ୍ନ ଉଠୁଛି ସୀତାରମଣଙ୍କ ସମ୍ପତ୍ତି କେତେ?
MyNeta ୱେବସାଇଟ ଅନୁଯାୟୀ, ନିର୍ମଳା ସୀତାରମଣଙ୍କ ମୋଟ ସମ୍ପତ୍ତି ହେଉଛି ୨ କୋଟି ୫୦ ଲକ୍ଷ ୯୯ ହଜାର ୩୯୬ ଟଙ୍କା। ଏଥିରେ ଉଭୟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅଛି। ନିର୍ମଳା ସୀତାରମଣଙ୍କର ୩୧୫ ଗ୍ରାମ ସୁନା ରହିଛି। ତାଙ୍କ ପାଖରେ ୨ କିଲୋଗ୍ରାମର ରୌପ୍ୟ ମଧ୍ୟ ଅଛି।
ସୀତାରମଣଙ୍କ ପାଖରେ କୌଣସି କାର ନାହିଁ। ହେଲେ ତାଙ୍କ ନାମରେ ଏକ ବଜାଜ୍‌ ଚେତକ ସ୍କୁଟର ରହିଛି। ଏହାର ମୂଲ୍ୟ ହେଉଛି ୨୮,୨୦୦ ଟଙ୍କା। ତାଙ୍କର ହାଇଦ୍ରାବାଦ ନିକଟରେ ପ୍ରାୟ ୧୬ ଲକ୍ଷ ଟଙ୍କା ମୂଲ୍ୟର ଏକ ଅଣ କୃଷି ଜମି ଅଛି।
ସୀତାରମଣଙ୍କର ଅସ୍ଥାବର ସମ୍ପତ୍ତିର ମୂଲ୍ୟ ହେଉଛ ୧,୮୭,୬୦,୨୦୦ ଟଙ୍କା। ସୀତାରମଣଙ୍କ ନାମରେ ୩୦ ଲକ୍ଷ ଟଙ୍କା ଋଣ ମଧ୍ୟ ଅଛି। ରାଜ୍ୟସଭା ପାଇଁ ତାଙ୍କ ନିର୍ବାଚନୀ ଆଫିଡେଭିଟ୍‌ରେ ତାଙ୍କ ପାଖରେ ୧୭,୨୦୦ ଟଙ୍କା ଅଛି। ଏହା ବ୍ୟତୀତ ବ୍ୟାଙ୍କ ଏଫ୍‌ଡି ଭାବରେ ୪୫,୦୪,୪୭୯ ଟଙ୍କା ଥିବା ସୂଚନା ଦିଆଯାଇଛି।
ନିର୍ବାଚନରେ ଜଣେ ପ୍ରାର୍ଥୀ କେତେ ଖର୍ଚ୍ଚ କରିପାରିବେ?
ନିର୍ବାଚନ ଆୟୋଗ ଅନୁଯାୟୀ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରାର୍ଥୀଙ୍କ ଖର୍ଚ୍ଚର ପରିସର ଭିନ୍ନ। ଲୋକ ସଭା ନିର୍ବାଚନରେ ଜଣେ ପ୍ରାର୍ଥୀ ୯୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। ଏହି ପରିମାଣ ୨୦୨୨ ରେ ବୃଦ୍ଧି କରାଯାଇଥିଲା । ଏହା ପୂର୍ବରୁ ଏହା ୭୦ ଲକ୍ଷ ଟଙ୍କା ଥିଲା। ଏଥି ସହିତ ରାଜ୍ୟସଭା ନିର୍ବାଚନ ପାଇଁ ବ୍ୟୟ ସୀମା ୨୮ ଲକ୍ଷରୁ ୪୦ ଲକ୍ଷକୁ ବୃଦ୍ଧି କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri