Posted inଜାତୀୟ

‘ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ’ ବୟାନକୁ ନେଇ ଚର୍ଚ୍ଚାରେ ଥିବା ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ।  ହେଲେ  ପାଖରେ ନିର୍ବାଚନ ଲଢ଼ିବାକୁ ଟଙ୍କା ନ ଥିବା କହି ସେ ଏହାକୁ ଏଡାଇ ଯାଇଛନ୍ତି। ଏପରିକି ଦଳ ତାଙ୍କର ନିଷ୍ପତ୍ତିକୁ ଗ୍ରହଣ କରିଥିବାରୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏମିତିରେ ପ୍ରଶ୍ନ ଉଠୁଛି ସୀତାରମଣଙ୍କ ସମ୍ପତ୍ତି କେତେ?
MyNeta ୱେବସାଇଟ ଅନୁଯାୟୀ, ନିର୍ମଳା ସୀତାରମଣଙ୍କ ମୋଟ ସମ୍ପତ୍ତି ହେଉଛି ୨ କୋଟି ୫୦ ଲକ୍ଷ ୯୯ ହଜାର ୩୯୬ ଟଙ୍କା। ଏଥିରେ ଉଭୟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅଛି। ନିର୍ମଳା ସୀତାରମଣଙ୍କର ୩୧୫ ଗ୍ରାମ ସୁନା ରହିଛି। ତାଙ୍କ ପାଖରେ ୨ କିଲୋଗ୍ରାମର ରୌପ୍ୟ ମଧ୍ୟ ଅଛି।
ସୀତାରମଣଙ୍କ ପାଖରେ କୌଣସି କାର ନାହିଁ। ହେଲେ ତାଙ୍କ ନାମରେ ଏକ ବଜାଜ୍‌ ଚେତକ ସ୍କୁଟର ରହିଛି। ଏହାର ମୂଲ୍ୟ ହେଉଛି ୨୮,୨୦୦ ଟଙ୍କା। ତାଙ୍କର ହାଇଦ୍ରାବାଦ ନିକଟରେ ପ୍ରାୟ ୧୬ ଲକ୍ଷ ଟଙ୍କା ମୂଲ୍ୟର ଏକ ଅଣ କୃଷି ଜମି ଅଛି।
ସୀତାରମଣଙ୍କର ଅସ୍ଥାବର ସମ୍ପତ୍ତିର ମୂଲ୍ୟ ହେଉଛ ୧,୮୭,୬୦,୨୦୦ ଟଙ୍କା। ସୀତାରମଣଙ୍କ ନାମରେ ୩୦ ଲକ୍ଷ ଟଙ୍କା ଋଣ ମଧ୍ୟ ଅଛି। ରାଜ୍ୟସଭା ପାଇଁ ତାଙ୍କ ନିର୍ବାଚନୀ ଆଫିଡେଭିଟ୍‌ରେ ତାଙ୍କ ପାଖରେ ୧୭,୨୦୦ ଟଙ୍କା ଅଛି। ଏହା ବ୍ୟତୀତ ବ୍ୟାଙ୍କ ଏଫ୍‌ଡି ଭାବରେ ୪୫,୦୪,୪୭୯ ଟଙ୍କା ଥିବା ସୂଚନା ଦିଆଯାଇଛି।
ନିର୍ବାଚନରେ ଜଣେ ପ୍ରାର୍ଥୀ କେତେ ଖର୍ଚ୍ଚ କରିପାରିବେ?
ନିର୍ବାଚନ ଆୟୋଗ ଅନୁଯାୟୀ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରାର୍ଥୀଙ୍କ ଖର୍ଚ୍ଚର ପରିସର ଭିନ୍ନ। ଲୋକ ସଭା ନିର୍ବାଚନରେ ଜଣେ ପ୍ରାର୍ଥୀ ୯୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। ଏହି ପରିମାଣ ୨୦୨୨ ରେ ବୃଦ୍ଧି କରାଯାଇଥିଲା । ଏହା ପୂର୍ବରୁ ଏହା ୭୦ ଲକ୍ଷ ଟଙ୍କା ଥିଲା। ଏଥି ସହିତ ରାଜ୍ୟସଭା ନିର୍ବାଚନ ପାଇଁ ବ୍ୟୟ ସୀମା ୨୮ ଲକ୍ଷରୁ ୪୦ ଲକ୍ଷକୁ ବୃଦ୍ଧି କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri