ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧ା୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ କାମ କରନ୍ତୁ। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହେଉଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବା ନିମନ୍ତେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ପ୍ରସ୍ତୁତି ବୈଠକର ଦ୍ୱିତୀୟ ଦିବସରେ ଭର୍ଚୁଆଲ ମାଧ୍ୟମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ଜନ ପ୍ରତିନିଧି ଓ କର୍ମକର୍ତ୍ତାମାନଙ୍କୁ ଏଭଳି ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏକ ଆଞ୍ଚଳିକ ଦଳ ଭାବେ ଆମେ ସବୁବେଳେ ଓଡ଼ିଶାର ସ୍ବାର୍ଥ ଓ ସ୍ବାଭିମାନକୁ ପ୍ରାଥମିକତା ଦେଇ ଆସିଛୁ, ଆଗକୁ ମଧ୍ୟ ଦେବୁ। ବିଜେଡି ଲୋକଙ୍କ ସୁଖଦୁଃଖରେ ଏବଂ ସାଥିରେ ରହି ଆସିଛି। ଏହି ଧାରାକୁ ଅନୁସରଣ କରି ରାଜ୍ୟବାସୀଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କୁ ସାଥିରେ ନେଇ ଲୋକଙ୍କ ପାଖକୁ ଯାଆନ୍ତୁ। ସାରା ରାଜ୍ୟରେ ଏହି ପଦଯାତ୍ରାକୁ ସଫଳ କରାନ୍ତୁ ବୋଲି ସେ କହିଛନ୍ତି। ପ୍ରାରମ୍ଭରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ବରିଷ୍ଠ ନେତା ଅଶୋକ ପଣ୍ଡା, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ , ଅରୁଣ ସାହୁ ପ୍ରମୁଖ ଦ୍ୱିତୀୟ ଦିବସର ଏହି କର୍ମଶାଳାକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଛନ୍ତି। ପ୍ରଣବ ପ୍ରକାଶ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ସ୍ବଚ୍ଛ ପ୍ରଶାସନ ଯୋଗୁ ଓଡ଼ିଶା ବର୍ତ୍ତମାନ ପ୍ରତିଟି କ୍ଷେତ୍ରରେ କିପରି ଉନ୍ନତିର ମାର୍ଗରେ ଦ୍ରୁତ ଗତିରେ ଆଗଉଛି, ତାହାର ବାର୍ତ୍ତା ରାଜ୍ୟର କୋଣ ଅନୁକୋଣରେ ପହଞ୍ଚାଇବା ଲାଗି ବୈଠକରେ ଉପସ୍ଥିତ ଥିବା ଦଳର ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବ୍ଲକ୍‌ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପୌର ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ଦଳର ଜିଲା ଓ ବ୍ଳକ୍‌ କର୍ମକର୍ତ୍ତାମାନଙ୍କୁ ମନ୍ତ୍ର ଦେଇଛନ୍ତି। ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର ଓଡ଼ିଶାକୁ ଆମ ହକ୍‌ ଦେଉନାହିଁ ବୋଲି ବିଭିନ୍ନ ଉଦାହରଣ ସହ କହିଛନ୍ତି, ଓଡ଼ିଶା ପ୍ରତି କେନ୍ଦ୍ରର ଅବିଚାରର ସୀମା ନାହିଁ। ୬୦ ଦଶକରେ ଆରମ୍ଭ ହୋଇଥିବା ଏହି ଅବିଚାର ଏବେ ବି ଜାରି ରହିଛି। ରେଳପଥଠୁ ନେଇ ବିପର୍ଯ୍ୟୟ ସହାୟତା ଓ ଉଷୁନା ଚାଉଳ ଉଠାଣ ପର୍ଯ୍ୟନ୍ତ କେନ୍ଦ୍ର ଓଡ଼ିଶାକୁ ଅବିଚାର ଜାରି ରଖିଛି। ତେଣୁ କେନ୍ଦ୍ରର ଏହି ଅବିଚାର ବିରୋଧରେ ଆମର ଲଢ଼େଇ ଜାରି ରହିବ ବୋଲି ସେ କହିଛନ୍ତି।
ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଚିନ୍ତାଧାରା ଯୋଗୁ ସମସ୍ତଙ୍କ ଶ୍ରଦ୍ଧାଭାଜନ ହୋଇଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ଆର୍ଥିକ ସୁପରିଚାଳନା ଯୋଗୁ ଓଡ଼ିଶା କିପରି ଦ୍ରୁତ ଗତିରେ ପ୍ରଗତି କରୁଛି, ତାହାର ଚିତ୍ର ପ୍ରଦାନ କରିଛନ୍ତି। ମହାବାତ୍ୟା ପରର ଦୟନୀୟ ଆର୍ଥିକ ସ୍ଥିତିରୁ ଉଠି ଓଡ଼ିଶାର ଅର୍ଥନୀତି ଆଜି ଉପରମୁହାଁ ହୋଇଛି। ୨୦୦୦ ମସିହାରେ ରାଜ୍ୟର ବଜେଟ ସାଢେ ୧୧ ହଜାର କୋଟିରୁ ବଢି ୨ ଲକ୍ଷ କୋଟିରେ ପହଞ୍ଚିଛି ବୋଲି ସେ କହିଛନ୍ତି। ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି, ଗମନାଗମନ କ୍ଷେତ୍ରକୁ ସରକାର ପ୍ରାଥମିକତା ଦେଇଥିବାରୁ ଓଡ଼ିଶାରେ ବିଭିନ୍ନ ଯୋଜନାର ସଫଳ ରୂପାୟନ ସମ୍ଭବ ହୋଇଛି। ୧୭ ହଜାର ଗାଁକୁ ନିତିଦିନିଆ ରାସ୍ତା ନିର୍ମାଣ ହୋଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ତାଙ୍କ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀଙ୍କ ୫ -ଟି ମନ୍ତ୍ରକୁ ଭୂୟସୀ ପ୍ରଶଂସା କରିଛନ୍ତି। କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜ ଭାଷାଣରେ ଓଡ଼ିଶା କେମିତି ନିଅଣ୍ଟିଆ ଖାଦ୍ୟ ରାଜ୍ୟରୁ ଆଜି ବଳକା ରାଜ୍ୟରେ ପରିଣତ ହୋଇଛି, ତାହାର କାହାଣୀ ବର୍ଣ୍ଣନା କରିଛନ୍ତି। ଜଗନ୍ନାଥଙ୍କ ମାଟି ଓଡ଼ିଶାରେ ଧର୍ମ ଓ ଜାତିକୁ ନେଇ ଘୃଣା ଓ ଅସୂୟାର ରାଜନୀତି ଚଳିବ ନାହିଁ ବୋଲି ଦର୍ଶାଇ ଧର୍ମନିରପେକ୍ଷତାରେ ବିଶ୍ୱାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଓଡ଼ିଶାବାସୀଙ୍କ ଆଶା, ଭରସା ଓ ଆଶୀର୍ବାଦ ଅଛି ବୋଲି ସେ କହିଛନ୍ତି। ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ନବୀନବାବୁଙ୍କ ଦୃଢ ନେତୃତ୍ୱ ଯୋଗୁ ଓଡ଼ିଶା ସରକାର କିପରି ସମସ୍ତ ପ୍ରତିକୂଳତାକୁ ଅତିକ୍ରମ କରି ପ୍ରତିବଦ୍ଧତାର ସହ ସାଢ଼େ ଚାରି କୋଟି ଓଡ଼ିଆଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କାମ କରୁଛନ୍ତି, ପଦଯାତ୍ରା ବେଳେ ତାହା ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ବାନ ଦେଇଛନ୍ତି। ଶେଷରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଉଜ୍ଜ୍ୱଳ ପଟ୍‌ନି ଉପସ୍ଥିତ ଜନ ପ୍ରତିନିଧିମାନଙ୍କୁ ଲୋକଙ୍କ ଶ୍ରଦ୍ଧାଭାଜନ ହେବାକୁ ଆବଶ୍ୟକ ବିଭିନ୍ନ ପଦକ୍ଷେପ ଓ କୌଶଳ ସମ୍ପର୍କରେ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri