ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ କାମ କରନ୍ତୁ। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହେଉଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବା ନିମନ୍ତେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ପ୍ରସ୍ତୁତି ବୈଠକର ଦ୍ୱିତୀୟ ଦିବସରେ ଭର୍ଚୁଆଲ ମାଧ୍ୟମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ଜନ ପ୍ରତିନିଧି ଓ କର୍ମକର୍ତ୍ତାମାନଙ୍କୁ ଏଭଳି ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏକ ଆଞ୍ଚଳିକ ଦଳ ଭାବେ ଆମେ ସବୁବେଳେ ଓଡ଼ିଶାର ସ୍ବାର୍ଥ ଓ ସ୍ବାଭିମାନକୁ ପ୍ରାଥମିକତା ଦେଇ ଆସିଛୁ, ଆଗକୁ ମଧ୍ୟ ଦେବୁ। ବିଜେଡି ଲୋକଙ୍କ ସୁଖଦୁଃଖରେ ଏବଂ ସାଥିରେ ରହି ଆସିଛି। ଏହି ଧାରାକୁ ଅନୁସରଣ କରି ରାଜ୍ୟବାସୀଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କୁ ସାଥିରେ ନେଇ ଲୋକଙ୍କ ପାଖକୁ ଯାଆନ୍ତୁ। ସାରା ରାଜ୍ୟରେ ଏହି ପଦଯାତ୍ରାକୁ ସଫଳ କରାନ୍ତୁ ବୋଲି ସେ କହିଛନ୍ତି। ପ୍ରାରମ୍ଭରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ବରିଷ୍ଠ ନେତା ଅଶୋକ ପଣ୍ଡା, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ ପ୍ରମୁଖ ଦ୍ୱିତୀୟ ଦିବସର ଏହି କର୍ମଶାଳାକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଛନ୍ତି। ପ୍ରଣବ ପ୍ରକାଶ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ସ୍ବଚ୍ଛ ପ୍ରଶାସନ ଯୋଗୁ ଓଡ଼ିଶା ବର୍ତ୍ତମାନ ପ୍ରତିଟି କ୍ଷେତ୍ରରେ କିପରି ଉନ୍ନତିର ମାର୍ଗରେ ଦ୍ରୁତ ଗତିରେ ଆଗଉଛି, ତାହାର ବାର୍ତ୍ତା ରାଜ୍ୟର କୋଣ ଅନୁକୋଣରେ ପହଞ୍ଚାଇବା ଲାଗି ବୈଠକରେ ଉପସ୍ଥିତ ଥିବା ଦଳର ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବ୍ଲକ୍‌ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପୌର ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ଦଳର ଜିଲା ଓ ବ୍ଳକ୍‌ କର୍ମକର୍ତ୍ତାମାନଙ୍କୁ ମନ୍ତ୍ର ଦେଇଛନ୍ତି। ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର ଓଡ଼ିଶାକୁ ଆମ ହକ୍‌ ଦେଉନାହିଁ ବୋଲି ବିଭିନ୍ନ ଉଦାହରଣ ସହ କହିଛନ୍ତି, ଓଡ଼ିଶା ପ୍ରତି କେନ୍ଦ୍ରର ଅବିଚାରର ସୀମା ନାହିଁ। ୬୦ ଦଶକରେ ଆରମ୍ଭ ହୋଇଥିବା ଏହି ଅବିଚାର ଏବେ ବି ଜାରି ରହିଛି। ରେଳପଥଠୁ ନେଇ ବିପର୍ଯ୍ୟୟ ସହାୟତା ଓ ଉଷୁନା ଚାଉଳ ଉଠାଣ ପର୍ଯ୍ୟନ୍ତ କେନ୍ଦ୍ର ଓଡ଼ିଶାକୁ ଅବିଚାର ଜାରି ରଖିଛି। ତେଣୁ କେନ୍ଦ୍ରର ଏହି ଅବିଚାର ବିରୋଧରେ ଆମର ଲଢ଼େଇ ଜାରି ରହିବ ବୋଲି ସେ କହିଛନ୍ତି।
ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଚିନ୍ତାଧାରା ଯୋଗୁ ସମସ୍ତଙ୍କ ଶ୍ରଦ୍ଧାଭାଜନ ହୋଇଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ଆର୍ଥିକ ସୁପରିଚାଳନା ଯୋଗୁ ଓଡ଼ିଶା କିପରି ଦ୍ରୁତ ଗତିରେ ପ୍ରଗତି କରୁଛି, ତାହାର ଚିତ୍ର ପ୍ରଦାନ କରିଛନ୍ତି। ମହାବାତ୍ୟା ପରର ଦୟନୀୟ ଆର୍ଥିକ ସ୍ଥିତିରୁ ଉଠି ଓଡ଼ିଶାର ଅର୍ଥନୀତି ଆଜି ଉପରମୁହାଁ ହୋଇଛି। ୨୦୦୦ ମସିହାରେ ରାଜ୍ୟର ବଜେଟ ସାଢେ ୧୧ ହଜାର କୋଟିରୁ ବଢି ୨ ଲକ୍ଷ କୋଟିରେ ପହଞ୍ଚିଛି ବୋଲି ସେ କହିଛନ୍ତି। ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି, ଗମନାଗମନ କ୍ଷେତ୍ରକୁ ସରକାର ପ୍ରାଥମିକତା ଦେଇଥିବାରୁ ଓଡ଼ିଶାରେ ବିଭିନ୍ନ ଯୋଜନାର ସଫଳ ରୂପାୟନ ସମ୍ଭବ ହୋଇଛି। ୧୭ ହଜାର ଗାଁକୁ ନିତିଦିନିଆ ରାସ୍ତା ନିର୍ମାଣ ହୋଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ତାଙ୍କ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀଙ୍କ ୫ -ଟି ମନ୍ତ୍ରକୁ ଭୂୟସୀ ପ୍ରଶଂସା କରିଛନ୍ତି। କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜ ଭାଷାଣରେ ଓଡ଼ିଶା କେମିତି ନିଅଣ୍ଟିଆ ଖାଦ୍ୟ ରାଜ୍ୟରୁ ଆଜି ବଳକା ରାଜ୍ୟରେ ପରିଣତ ହୋଇଛି, ତାହାର କାହାଣୀ ବର୍ଣ୍ଣନା କରିଛନ୍ତି। ଜଗନ୍ନାଥଙ୍କ ମାଟି ଓଡ଼ିଶାରେ ଧର୍ମ ଓ ଜାତିକୁ ନେଇ ଘୃଣା ଓ ଅସୂୟାର ରାଜନୀତି ଚଳିବ ନାହିଁ ବୋଲି ଦର୍ଶାଇ ଧର୍ମନିରପେକ୍ଷତାରେ ବିଶ୍ୱାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଓଡ଼ିଶାବାସୀଙ୍କ ଆଶା, ଭରସା ଓ ଆଶୀର୍ବାଦ ଅଛି ବୋଲି ସେ କହିଛନ୍ତି। ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ନବୀନବାବୁଙ୍କ ଦୃଢ ନେତୃତ୍ୱ ଯୋଗୁ ଓଡ଼ିଶା ସରକାର କିପରି ସମସ୍ତ ପ୍ରତିକୂଳତାକୁ ଅତିକ୍ରମ କରି ପ୍ରତିବଦ୍ଧତାର ସହ ସାଢ଼େ ଚାରି କୋଟି ଓଡ଼ିଆଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କାମ କରୁଛନ୍ତି, ପଦଯାତ୍ରା ବେଳେ ତାହା ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ବାନ ଦେଇଛନ୍ତି। ଶେଷରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଉଜ୍ଜ୍ୱଳ ପଟ୍‌ନି ଉପସ୍ଥିତ ଜନ ପ୍ରତିନିଧିମାନଙ୍କୁ ଲୋକଙ୍କ ଶ୍ରଦ୍ଧାଭାଜନ ହେବାକୁ ଆବଶ୍ୟକ ବିଭିନ୍ନ ପଦକ୍ଷେପ ଓ କୌଶଳ ସମ୍ପର୍କରେ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri