ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧ା୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ କାମ କରନ୍ତୁ। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହେଉଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବା ନିମନ୍ତେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ପ୍ରସ୍ତୁତି ବୈଠକର ଦ୍ୱିତୀୟ ଦିବସରେ ଭର୍ଚୁଆଲ ମାଧ୍ୟମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ଜନ ପ୍ରତିନିଧି ଓ କର୍ମକର୍ତ୍ତାମାନଙ୍କୁ ଏଭଳି ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏକ ଆଞ୍ଚଳିକ ଦଳ ଭାବେ ଆମେ ସବୁବେଳେ ଓଡ଼ିଶାର ସ୍ବାର୍ଥ ଓ ସ୍ବାଭିମାନକୁ ପ୍ରାଥମିକତା ଦେଇ ଆସିଛୁ, ଆଗକୁ ମଧ୍ୟ ଦେବୁ। ବିଜେଡି ଲୋକଙ୍କ ସୁଖଦୁଃଖରେ ଏବଂ ସାଥିରେ ରହି ଆସିଛି। ଏହି ଧାରାକୁ ଅନୁସରଣ କରି ରାଜ୍ୟବାସୀଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କୁ ସାଥିରେ ନେଇ ଲୋକଙ୍କ ପାଖକୁ ଯାଆନ୍ତୁ। ସାରା ରାଜ୍ୟରେ ଏହି ପଦଯାତ୍ରାକୁ ସଫଳ କରାନ୍ତୁ ବୋଲି ସେ କହିଛନ୍ତି। ପ୍ରାରମ୍ଭରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ବରିଷ୍ଠ ନେତା ଅଶୋକ ପଣ୍ଡା, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ , ଅରୁଣ ସାହୁ ପ୍ରମୁଖ ଦ୍ୱିତୀୟ ଦିବସର ଏହି କର୍ମଶାଳାକୁ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଛନ୍ତି। ପ୍ରଣବ ପ୍ରକାଶ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ସ୍ବଚ୍ଛ ପ୍ରଶାସନ ଯୋଗୁ ଓଡ଼ିଶା ବର୍ତ୍ତମାନ ପ୍ରତିଟି କ୍ଷେତ୍ରରେ କିପରି ଉନ୍ନତିର ମାର୍ଗରେ ଦ୍ରୁତ ଗତିରେ ଆଗଉଛି, ତାହାର ବାର୍ତ୍ତା ରାଜ୍ୟର କୋଣ ଅନୁକୋଣରେ ପହଞ୍ଚାଇବା ଲାଗି ବୈଠକରେ ଉପସ୍ଥିତ ଥିବା ଦଳର ଜିଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବ୍ଲକ୍‌ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପୌର ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ଦଳର ଜିଲା ଓ ବ୍ଳକ୍‌ କର୍ମକର୍ତ୍ତାମାନଙ୍କୁ ମନ୍ତ୍ର ଦେଇଛନ୍ତି। ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର ଓଡ଼ିଶାକୁ ଆମ ହକ୍‌ ଦେଉନାହିଁ ବୋଲି ବିଭିନ୍ନ ଉଦାହରଣ ସହ କହିଛନ୍ତି, ଓଡ଼ିଶା ପ୍ରତି କେନ୍ଦ୍ରର ଅବିଚାରର ସୀମା ନାହିଁ। ୬୦ ଦଶକରେ ଆରମ୍ଭ ହୋଇଥିବା ଏହି ଅବିଚାର ଏବେ ବି ଜାରି ରହିଛି। ରେଳପଥଠୁ ନେଇ ବିପର୍ଯ୍ୟୟ ସହାୟତା ଓ ଉଷୁନା ଚାଉଳ ଉଠାଣ ପର୍ଯ୍ୟନ୍ତ କେନ୍ଦ୍ର ଓଡ଼ିଶାକୁ ଅବିଚାର ଜାରି ରଖିଛି। ତେଣୁ କେନ୍ଦ୍ରର ଏହି ଅବିଚାର ବିରୋଧରେ ଆମର ଲଢ଼େଇ ଜାରି ରହିବ ବୋଲି ସେ କହିଛନ୍ତି।
ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଚିନ୍ତାଧାରା ଯୋଗୁ ସମସ୍ତଙ୍କ ଶ୍ରଦ୍ଧାଭାଜନ ହୋଇଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ଆର୍ଥିକ ସୁପରିଚାଳନା ଯୋଗୁ ଓଡ଼ିଶା କିପରି ଦ୍ରୁତ ଗତିରେ ପ୍ରଗତି କରୁଛି, ତାହାର ଚିତ୍ର ପ୍ରଦାନ କରିଛନ୍ତି। ମହାବାତ୍ୟା ପରର ଦୟନୀୟ ଆର୍ଥିକ ସ୍ଥିତିରୁ ଉଠି ଓଡ଼ିଶାର ଅର୍ଥନୀତି ଆଜି ଉପରମୁହାଁ ହୋଇଛି। ୨୦୦୦ ମସିହାରେ ରାଜ୍ୟର ବଜେଟ ସାଢେ ୧୧ ହଜାର କୋଟିରୁ ବଢି ୨ ଲକ୍ଷ କୋଟିରେ ପହଞ୍ଚିଛି ବୋଲି ସେ କହିଛନ୍ତି। ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି, ଗମନାଗମନ କ୍ଷେତ୍ରକୁ ସରକାର ପ୍ରାଥମିକତା ଦେଇଥିବାରୁ ଓଡ଼ିଶାରେ ବିଭିନ୍ନ ଯୋଜନାର ସଫଳ ରୂପାୟନ ସମ୍ଭବ ହୋଇଛି। ୧୭ ହଜାର ଗାଁକୁ ନିତିଦିନିଆ ରାସ୍ତା ନିର୍ମାଣ ହୋଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ତାଙ୍କ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀଙ୍କ ୫ -ଟି ମନ୍ତ୍ରକୁ ଭୂୟସୀ ପ୍ରଶଂସା କରିଛନ୍ତି। କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜ ଭାଷାଣରେ ଓଡ଼ିଶା କେମିତି ନିଅଣ୍ଟିଆ ଖାଦ୍ୟ ରାଜ୍ୟରୁ ଆଜି ବଳକା ରାଜ୍ୟରେ ପରିଣତ ହୋଇଛି, ତାହାର କାହାଣୀ ବର୍ଣ୍ଣନା କରିଛନ୍ତି। ଜଗନ୍ନାଥଙ୍କ ମାଟି ଓଡ଼ିଶାରେ ଧର୍ମ ଓ ଜାତିକୁ ନେଇ ଘୃଣା ଓ ଅସୂୟାର ରାଜନୀତି ଚଳିବ ନାହିଁ ବୋଲି ଦର୍ଶାଇ ଧର୍ମନିରପେକ୍ଷତାରେ ବିଶ୍ୱାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଓଡ଼ିଶାବାସୀଙ୍କ ଆଶା, ଭରସା ଓ ଆଶୀର୍ବାଦ ଅଛି ବୋଲି ସେ କହିଛନ୍ତି। ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ନବୀନବାବୁଙ୍କ ଦୃଢ ନେତୃତ୍ୱ ଯୋଗୁ ଓଡ଼ିଶା ସରକାର କିପରି ସମସ୍ତ ପ୍ରତିକୂଳତାକୁ ଅତିକ୍ରମ କରି ପ୍ରତିବଦ୍ଧତାର ସହ ସାଢ଼େ ଚାରି କୋଟି ଓଡ଼ିଆଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କାମ କରୁଛନ୍ତି, ପଦଯାତ୍ରା ବେଳେ ତାହା ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ବାନ ଦେଇଛନ୍ତି। ଶେଷରେ ପ୍ରଖ୍ୟାତ ପ୍ରେରଣାଦାୟୀ ବକ୍ତା ଉଜ୍ଜ୍ୱଳ ପଟ୍‌ନି ଉପସ୍ଥିତ ଜନ ପ୍ରତିନିଧିମାନଙ୍କୁ ଲୋକଙ୍କ ଶ୍ରଦ୍ଧାଭାଜନ ହେବାକୁ ଆବଶ୍ୟକ ବିଭିନ୍ନ ପଦକ୍ଷେପ ଓ କୌଶଳ ସମ୍ପର୍କରେ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟାରେ ନିର୍ମାଣ ହେବ ବ୍ୟାରେଜ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ନଦୀ ଗର୍ଭରେ ବୃହତ୍‌ ଜଳାଶୟ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ୨୦୧୯-୨୦ରେ ୧୧,୭୦୦ କୋଟି ଟଙ୍କା ବ୍ୟୟରେ ନଦୀ ଗର୍ଭ ସୀମିତ...

ଓୟୁଏଟି ସମାବର୍ତ୍ତନ ଉତ୍ସବ: ୧୧୪ଜଣଙ୍କୁ ସ୍ବର୍ଣ୍ଣ, ଅଂଶୁମାନ୍‌ଙ୍କୁ ଡିଏସ୍‌ସି ଉପାଧି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଉତ୍ପାଦନ ପରେ ଖାଦ୍ୟଶସ୍ୟ ନଷ୍ଟ ହେବା କୃଷି କ୍ଷେତ୍ରରେ ଏକ ପ୍ରମୁଖ ସମସ୍ୟା ରୂପେ ଉଭା ହୋଇଛି। ଭାରତର ବିଭିନ୍ନ କ୍ଷେତ୍ରରେ ପ୍ରାୟ ୮୨...

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର...

ସମୁଦ୍ରରେ ଭାସିଗଲେ ୨ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ପୁରୀ ଅଫିସ, ୧୫।୮: ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଯୁବକ ନିଖୋଜ। ନିଖୋଜ ଯୁବକ ହେଉଛନ୍ତି ପଶ୍ଚିମବଙ୍ଗର ରବି ସିଂ। ଆଜି ଅପରାହ୍ନ ୫ଟା ସମୟରେ...

୨ ନକଲି ଆଇଏଏସ୍‌ ଅଫିସର ଗିରଫ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶୁକ୍ରବାର ୨ ନକଲି ଆଇଏଏସ୍‌ ଅଫିସରଙ୍କୁ କଟକ ଓ ଭୁବନେଶ୍ୱରରୁ ଗିରଫ କରିଛି। ଅଭିଯୁକ୍ତମାନେ...

ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ: ଚାହାଣି ମଣ୍ଡପରେ ଯୁବକ ଫୋନରେ କଥା ହେବା ଫଟୋ ଭାଇରାଲ

ପୁରୀ ଅଫିସ,୨୧।୧୨: ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ଜଣେ ଯୁବକ ଫୋନରେ କଥା ହେବାର ଫଟୋ ଶନିବାର ଭାଇରାଲ ହୋଇଛି। ଫଳରେ ମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ...

ଭୋଟବାକ୍ସ ଟେକିନେଲେ ଡଙ୍ଗରିଆ

ରାୟଗଡ଼ା ଅଫିସ/ବିଷମକଟକ,୨୦ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ଅଧୀନ କଲ୍ୟାଣସିଂହପୁର ବ୍ଲକରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଗ୍ରହଣ ବେଳେ ରବିବାର ବିଶୃଙ୍ଖଳା ପରିସ୍ଥିତି...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍‌ ସିନିୟର...

Advertisement
Archives

Model This Week