Posted inଜାତୀୟ

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ ଭୋଟ ଗଣତି ହେବାକୁ ଥିବାବେଳେ, ତା’ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ (ECI) ୧୫ଟି ପୋଲିଂ ଷ୍ଟେଶନରେ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଆସନ୍ତାକାଲି ଅର୍ଥାତ ମେ ୨ ତାରିଖରେ ବେଙ୍ଗଲର ୧୫ଟି ବୁଥରେ ରିପୋଲିଂ(ପୁନଃ ମତଦାନ) ଅନୁଷ୍ଠିତ ହେବ। ଏଥିମଧ୍ୟରେ ମଗରାହାଟ ପଶ୍ଚିମର ୧୧ଟି ବୁଥ ଏବଂ ଡାଇମଣ୍ଡ ହାର୍ବରର ୪ ବୁଥ ରହିଛି। ଏହି ସମସ୍ତ କେନ୍ଦ୍ରରେ ପୂର୍ବରୁ ହୋଇଥିବା ମତଦାନକୁ ରଦ୍ଦ କରାଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ImageImage
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଳମ୍ବିତ ରାତିରେ ନିଜ ନିର୍ବାଚନ ମଣ୍ଡଳୀ ଭବାନୀପୁରର ଗଣତି କେନ୍ଦ୍ର (ସଖାୱତ ମେମୋରିଆଲ ସ୍କୁଲ) ପରିଦର୍ଶନ କରିଥିଲେ। ସେଠାରେ ପ୍ରାୟ ୪ ଘଣ୍ଟା ସମୟ ବିତାଇଥିଲେ। ଉତ୍ତର କୋଲକାତାର ଖୁଦିରାମ ଅନୁଶୀଳନ କେନ୍ଦ୍ରର ଏକ ଭିଡିଓ ଭାଇରାଲ ହେବା ପରେ ଏହି ବିବାଦ ଆହୁରି ବଢ଼ିଛି।
କୋଲକାତା ପୋଲିସ ସହରର ୭ଟି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ, ଯେଉଁଠାରେ ଷ୍ଟ୍ରଙ୍ଗ ରୁମ ରହିଛି, ସେଠାରେ ଭାରତୀୟ ନ୍ୟାୟ ସଂହିତା (BNSS ୨୦୨୩) ର ଧାରା ୧୬୩ ଲାଗୁ କରାଯାଇଛି।   କୌଣସି ଅନଧିକୃତ ବ୍ୟକ୍ତିଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି।   ଷ୍ଟ୍ରଙ୍ଗ ରୁମ ଗୁଡ଼ିକ ୨୪ ଘଣ୍ଟିଆ CCTV ନଜରରେ ରହିଛି।   କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ରୋକିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି।
ଗଣତି କେନ୍ଦ୍ରରେ କୌଣସି ପ୍ରକାରର ଅନିୟମିତତା ପାଇଁ ସୁଯୋଗ ନାହିଁ। ସମସ୍ତ ଅଭିଯୋଗ ଭିତ୍ତିହୀନ ଏବଂ ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ସୁଦୃଢ଼ ଅଛି ବୋଲି ମୁଖ୍ୟ  ନିର୍ବାଚନ ଅଧିକାରୀ ମନୋଜ ଅଗ୍ରୱାଲ କହିଛନ୍ତି। ତେବେ ରାଜ୍ୟରେ ଏବେ ଫଳାଫଳକୁ ନେଇ ଦ୍ୱନ୍ଦ୍ୱ ଏବଂ ଉତ୍ତେଜନା ଲାଗି ରହିଥିବାବେଳେ ସମସ୍ତଙ୍କ ନଜର ମେ ୪ ତାରିଖ ଉପରେ ରହିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି (ମୂଳତଃ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗର/ନୋଏଡା ନିବାସୀ) ହରିଦ୍ୱାରରେ ଝୁଲନ୍ତା ଅବସ୍ଥାରେ ମିଳିଛନ୍ତି। ଖବର ଅନୁଯାୟୀ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?