Posted inଜାତୀୟ

ଭାଜପା ସମ୍ବିଧାନରେ ବୟସକୁ ନେଇ କୌଣସି ବ୍ୟବସ୍ଥା ନାହିଁ- ମୋଦିଙ୍କ ଅବସରକୁ ନେଇ ଜବାବ ରଖିଲେ ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାବିକୁ ନେଇ ଭାଜପା ପ୍ରତିକ୍ରିୟା ରଖିଛି। ଜେଲରୁ ମୁକୁଳିବା ପରେ କେଜ୍‌ରିଓ୍ବାଲ ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସରକୁ ନେଇ ବଡ଼ ଦାବି କରିଥିଲେ। ଏହାକୁ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା କହିଛନ୍ତି ଯେ ଭାଜପାର ସମ୍ବିଧାନରେ ବୟସକୁ ନେଇ କୌଣସି ବ୍ୟବସ୍ଥା ନାହିଁ, ଏମିତିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସରର ପ୍ରଶ୍ନ ନାହିଁ।

ନଡ୍ଡା କହିଛନ୍ତି, କେଜରିଓ୍ବାଲ ଏବଂ ସମ୍ପୂର୍ଣ୍ଣ INDI ମେଣ୍ଟ ନିର୍ବାଚନରେ ବିଫଳତାକୁ ଦେଖି ବାଉଳା ହେଉଛନ୍ତି। ଦେଶକୁ ଭ୍ରମରେ ରଖିବାକୁ ଚାହାନ୍ତି। ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁ ଆଡେ ମୋଦିଙ୍କୁ ଜନସାଧାରଣଙ୍କ ପ୍ରଚଣ୍ଡ ବହୁମତ ମିଳିବାକୁ ଯାଉଛି। ଏବେ ବିରୋଧୀ ମୋଦିଙ୍କ ବୟସର ବାହାନା କରି ରାସ୍ତା ଖୋଜୁଛନ୍ତି। ହେଲେ ଭାଜପାର ସମ୍ବିଧାନରେ ସେଭଳି କିଛି ବ୍ୟବସ୍ଥା ନାହିଁ। ଜନତା ଜାଣନ୍ତି ମୋଦିଙ୍କ ପ୍ରତିଟି ରକ୍ତବିନ୍ଦୁ ଭାରତ ମାତାର ସେବା ଲାଗି ସମର୍ପିତ। ଆଗାମୀ ୫ ବର୍ଷରେ ଦେଶକୁ ଶିଖରରେ ପହଞ୍ଚାଇବେ ମୋଦି। ସେ ଆମର ନେତା, ଆମର ନେତୃତ୍ୱ ନେବେ। ସମସ୍ତେ ଜାଣନ୍ତି, ମୋଦି ଆସିବେ, ମୋଦି ରହିବେ, ଭାରତକୁ ମଜଭୂତ ମୋଦି ହିଁ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri