Posted inଜାତୀୟ

କଶ୍ମୀରରେ ଠିକ୍‌ ସମୟରେ ନିର୍ବାଚନ ହେବ: ଇସି

ନୂଆଦିଲ୍ଲୀ/ଶ୍ରୀନଗର୧୦ା୧୦ : ସୁରକ୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ଠିକ୍‌ ସମୟରେ ନିର୍ବାଚନ କରାଯିବ ବୋଲି ସୋମବାର ନିର୍ବାଚନ କମିଶନ (ଇସି) କହିଛନ୍ତି। ୫ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଖବରଦାତା ସମ୍ମିଳନୀରେ ତାରିଖ ଘୋଷଣା କରିବା ଅବସରରେ ଏହା ସ୍ପଷ୍ଟ କରିଛନ୍ତି। କମିଶନ ଯେତେବେଳେ ଅନୁଭବ କରିବେ କଶ୍ମୀରରେ ନିର୍ବାଚନ ପାଇଁ ସମୟ ଉପଯୁକ୍ତ, ସେତେବେଳେ ପଦକ୍ଷେପ ଗ୍ରହଣ କରାଯିବ। ନିର୍ବାଚନ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ଭୋଟରମାନଙ୍କୁ ଆକୃଷ୍ଟ କରିବା ଲାଗି ମାଗଣା ସୁବିଧା ଓ ସହାୟତା ଘୋଷଣା କରୁଥିବାରୁ ମୁଖ୍ୟ ନିର୍ବାଚନ କମିଶନର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ମାଗଣା ସୁବିଧା କେଉଁଠୁ ଆସୁଛି, ତାହା ଜନସାଧାରଣ ଜାଣିବା ଆବଶ୍ୟକ ବୋଲି ସିଇସି କହିଛନ୍ତି।
ଅନ୍ୟପକ୍ଷରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ଇସି ତାରିଖ ଘୋଷଣା ନ କଲେ ଜନସାଧାରଣ ସେମାନଙ୍କର ଗଣତାନ୍ତ୍ରିକ ଅଧିକାର ପାଇଁ ରାସ୍ତାକୁ ଓହ୍ଲାଇବେ ବୋଲି ନ୍ୟାଶନାଲ କନ୍‌ଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri