Posted inଜାତୀୟ

ଆମେ ହସ୍ତକ୍ଷେପ କଲେ ନିର୍ବାଚନରେ ହେବ ବିଳମ୍ବ, କଂଗ୍ରେସର ଆବେଦନ ନେଇ ସୁପ୍ରିମ୍‌କୋର୍ଟଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ,୯।୧୦ : ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ) ର ପ୍ରଥମ ସ୍ତରୀୟ ଯାଞ୍ଚ’ ପାଇଁ ଦିଲ୍ଲୀ କଂଗ୍ରେସର ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଛନ୍ତି। ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଦିଲ୍ଲୀରେ କଂଗ୍ରେସ ଦଳ ଇଭିଏମ ଏବଂ ଭୋଟର ଭେରିଫାଏଡ ପେପର ଅଡିଟ ଟ୍ରେଲ (ଭିଭିପିଏଟ) ର ପ୍ରଥମ ସ୍ତର ଯାଞ୍ଚ ସମ୍ପର୍କରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିଥିଲେ। ସୁପ୍ରିମକୋର୍ଟ କହିଛନ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି ଏବଂ ପକ୍ଷମାନେ ଏହାକୁ ବିଶ୍ୱାସ କରୁଛନ୍ତି। କୋର୍ଟ କହିଛନ୍ତି ଏହି ପ୍ରକ୍ରିୟା ସମଗ୍ର ଭାରତରେ ଗ୍ରହଣ କରାଯାଇଛି

୨୦୨୪ ନିର୍ବାଚନ ପାଇଁ ଇଭିଏମରେ ଅନିୟମିତତା ଅଭିଯୋଗରେ ଦିଲ୍ଲୀ କଂଗ୍ରେସ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲା। ତେବେ ଦିଲ୍ଲୀ ପ୍ରଦେଶ କଂଗ୍ରେସ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହିଁ। କଂଗ୍ରେସର ଏହି ପିଟିଶନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି ଏହି ପ୍ରକ୍ରିୟା ବହୁତ ବିସ୍ତୃତ ଅଟେ। କୋର୍ଟ କହିଛନ୍ତି ଦଳଗୁଡ଼ିକର ଇଭିଏମ ଉପରେ ବିଶ୍ୱାସ ଅଛି ଏବଂ ଏହା ସମଗ୍ର ଭାରତରେ ଏହା ପୁନରାବୃତ୍ତି ହୋଇଛି। କଂଗ୍ରେସ ନିର୍ବାଚନ ଆୟୋଗଙ୍କ ନିକଟକୁ ଯିବା ଆବଶ୍ୟକ। ଆମେ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବୁ ନାହିଁ। କୋର୍ଟ ଏହା ମଧ୍ୟ କହିଛନ୍ତି ଯଦି ଆମେ ଏଥିରେ ହସ୍ତକ୍ଷେପ କରୁ ତେବେ ନିର୍ବାଚନରେ ବିଳମ୍ବ ହେବ। ଏହା ପରେ କଂଗ୍ରେସ ସୁପ୍ରିମକୋର୍ଟରୁ ଆବେଦନକୁ ପ୍ରତ୍ୟାହାର କରିନେଇଛି।

ଏହାପୂର୍ବରୁ ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟି (ଡିପିସିସି) ସଭାପତି ଅନିଲ କୁମାର ଦିଲ୍ଲୀ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରି ନିର୍ବାଚନ ଆୟୋଗଙ୍କୁ ଇଭିଏମ ଏବଂ ଭିଭିପିଏଟର ପ୍ରଥମ ସ୍ତରୀୟ ଯାଞ୍ଚ ଙ୍‌କରିବାକୁ କହିଥିଲେ। ଜାତୀୟ ସ୍ତରରେ ୧୧ ଟି ଜିଲାରେ ଏହାର ଶୁଣାଣି ପରେ ଦିଲ୍ଲୀ ହାଇକୋର୍ଟ ମଧ୍ୟ ଏହାକୁ ଖାରଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri