Posted inଜାତୀୟ

୫ରେ ଇଲେକ୍ଟୋରାଲ ବଣ୍ଡ୍‌ ଶୁଣାଣି

ନୂଆଦିଲ୍ଲୀ ,୨୩।୧୧(ପି.ଟି.): ସାଧାରଣ ନିର୍ବାଚନ ଏବଂ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭା ନିର୍ବାଚନ ବର୍ଷରେ ଇଲେକ୍ଟୋରାଲ ବଣ୍ଡ୍‌ ବିକ୍ରି ସମୟସୀମା ଆଉ ୧୫ ଦିନ ବଢ଼ାଇବା ଲାଗି ନିକଟରେ ସରକାରଙ୍କ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ପିଟିଶନର ଶୁଣାଣି ଡିସେମ୍ବର ୫ରେ ହେବ। କଂଗ୍ରେସ ନେତା ଜୟ ଠାକୁରଙ୍କ ଉକ୍ତ ପିଟିଶନ ବ୍ୟତୀତ ୨୦୧୮ ଇଲେକ୍ଟୋରାଲ ବଣ୍ଡ ସ୍କିମ୍‌ର ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଅନ୍ୟ ପିଟିଶନଗୁଡ଼ିକର ଶୁଣାଣି ଡିସେମ୍ବର ୬ରେ ହେବ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ହିମା କୋହଲି ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠ କହିଛନ୍ତି। ରାଜନୈତିକ ପାଣ୍ଠି ସଂଗ୍ରହରେ ସ୍ବଚ୍ଛତା ଲାଗି ନଗଦ ଚାନ୍ଦାର ବିକଳ୍ପ ଭାବେ ଇଲେକ୍ଟୋରାଲ ବଣ୍ଡ୍‌ ପ୍ରଚଳନ କରାଯାଇଥିଲା। ଏନେଇ ସରକାର ୨୦୧୮ ଜାନୁୟାରୀ ୨ରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଜଣେ ଭାରତୀୟ ନାଗରିକ କିମ୍ବା ଭାରତର କୌଣସି ସଂସ୍ଥା ଏହି ବଣ୍ଡ୍‌ କିଣିପାରିବେ। ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୨୯ଏରେ ପଞ୍ଜୀକୃତ ହୋଇଥିବା ରାଜନୈତିକ ଦଳ ଏବଂ ଗତ ସାଧାରଣ ନିର୍ବାଚନ ଓ ରାଜ୍ୟ ବିଧାନସଭା ନିର୍ବାଚନରେ ୧ ପ୍ରତିଶତରୁ କମ୍‌ ଭୋଟ ପାଇ ନ ଥିବା ଦଳ ଇଲେକ୍ଟୋରାଲ ବଣ୍ଡ୍‌ ଗ୍ରହଣ କରିବାକୁ ଯୋଗ୍ୟ। ରାଜନୈତିକ ଦଳ ଉକ୍ତ ବଣ୍ଡ୍‌କୁ ଅଧିକୃତ ବ୍ୟାଙ୍କରେ ଏନ୍‌କ୍ୟାଶ୍‌ କରିଥାନ୍ତି। ନିକଟରେ କେନ୍ଦ୍ର ସରକାର ଉକ୍ତ ବଣ୍ଡ୍‌ ଯୋଜନାରେ ସଂଶୋଧନ କରି ସାଧାରଣ ନିର୍ବାଚନ ଓ ରାଜ୍ୟ ବିଧାନସଭା ନିର୍ବାଚନ ବର୍ଷରେ ଅଧିକ ୧୫ ଦିନ ବଣ୍ଡ୍‌ ବିକ୍ରି କରାଯିବା ବ୍ୟବସ୍ଥା କରିଥିଲେ। ଉକ୍ତ ବିଜ୍ଞପ୍ତିକୁ କଂଗ୍ରେସ ନେତା ଜୟ ଠାକୁର ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri