Posted inଜାତୀୟ

୫ରେ ଇଲେକ୍ଟୋରାଲ ବଣ୍ଡ୍‌ ଶୁଣାଣି

ନୂଆଦିଲ୍ଲୀ ,୨୩।୧୧(ପି.ଟି.): ସାଧାରଣ ନିର୍ବାଚନ ଏବଂ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭା ନିର୍ବାଚନ ବର୍ଷରେ ଇଲେକ୍ଟୋରାଲ ବଣ୍ଡ୍‌ ବିକ୍ରି ସମୟସୀମା ଆଉ ୧୫ ଦିନ ବଢ଼ାଇବା ଲାଗି ନିକଟରେ ସରକାରଙ୍କ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ପିଟିଶନର ଶୁଣାଣି ଡିସେମ୍ବର ୫ରେ ହେବ। କଂଗ୍ରେସ ନେତା ଜୟ ଠାକୁରଙ୍କ ଉକ୍ତ ପିଟିଶନ ବ୍ୟତୀତ ୨୦୧୮ ଇଲେକ୍ଟୋରାଲ ବଣ୍ଡ ସ୍କିମ୍‌ର ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଅନ୍ୟ ପିଟିଶନଗୁଡ଼ିକର ଶୁଣାଣି ଡିସେମ୍ବର ୬ରେ ହେବ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ହିମା କୋହଲି ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠ କହିଛନ୍ତି। ରାଜନୈତିକ ପାଣ୍ଠି ସଂଗ୍ରହରେ ସ୍ବଚ୍ଛତା ଲାଗି ନଗଦ ଚାନ୍ଦାର ବିକଳ୍ପ ଭାବେ ଇଲେକ୍ଟୋରାଲ ବଣ୍ଡ୍‌ ପ୍ରଚଳନ କରାଯାଇଥିଲା। ଏନେଇ ସରକାର ୨୦୧୮ ଜାନୁୟାରୀ ୨ରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଜଣେ ଭାରତୀୟ ନାଗରିକ କିମ୍ବା ଭାରତର କୌଣସି ସଂସ୍ଥା ଏହି ବଣ୍ଡ୍‌ କିଣିପାରିବେ। ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୨୯ଏରେ ପଞ୍ଜୀକୃତ ହୋଇଥିବା ରାଜନୈତିକ ଦଳ ଏବଂ ଗତ ସାଧାରଣ ନିର୍ବାଚନ ଓ ରାଜ୍ୟ ବିଧାନସଭା ନିର୍ବାଚନରେ ୧ ପ୍ରତିଶତରୁ କମ୍‌ ଭୋଟ ପାଇ ନ ଥିବା ଦଳ ଇଲେକ୍ଟୋରାଲ ବଣ୍ଡ୍‌ ଗ୍ରହଣ କରିବାକୁ ଯୋଗ୍ୟ। ରାଜନୈତିକ ଦଳ ଉକ୍ତ ବଣ୍ଡ୍‌କୁ ଅଧିକୃତ ବ୍ୟାଙ୍କରେ ଏନ୍‌କ୍ୟାଶ୍‌ କରିଥାନ୍ତି। ନିକଟରେ କେନ୍ଦ୍ର ସରକାର ଉକ୍ତ ବଣ୍ଡ୍‌ ଯୋଜନାରେ ସଂଶୋଧନ କରି ସାଧାରଣ ନିର୍ବାଚନ ଓ ରାଜ୍ୟ ବିଧାନସଭା ନିର୍ବାଚନ ବର୍ଷରେ ଅଧିକ ୧୫ ଦିନ ବଣ୍ଡ୍‌ ବିକ୍ରି କରାଯିବା ବ୍ୟବସ୍ଥା କରିଥିଲେ। ଉକ୍ତ ବିଜ୍ଞପ୍ତିକୁ କଂଗ୍ରେସ ନେତା ଜୟ ଠାକୁର ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?