Posted inଜାତୀୟ

ରାଜନୀତିରେ କଳାଧନ ଶେଷ କରିବାକୁ ଲଗାଯାଇଥିଲା ଇଲେକ୍ଟୋରାଲ ବଣ୍ଡ: ଶାହା

ନୂଆଦିଲ୍ଲୀ,୧୬।୩: ସୁପ୍ରିମକୋର୍ଟଙ୍କ ଆଦେଶ ପରେ ନିର୍ବାଚନ ବଣ୍ଡ ବା ଇଲେକ୍ଟରାଲ ପ୍ରସଙ୍ଗ ହେଡଲାଇନରେ ରହିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ଏହି ପ୍ରସଙ୍ଗରେ ଏକ ବିବୃତ୍ତି ଦେଇଛନ୍ତି ଏବଂ ନିର୍ବାଚନ ବଣ୍ଡ ବା ଇଲେକ୍ଟୋରାଲ ଆରମ୍ଭ କରିବାର କାରଣ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଯେ ରାଜନୀତିରେ କଳା ଟଙ୍କା ହଟାଇବା ପାଇଁ ଏହି ଯୋଜନା ଆରମ୍ଭ ହୋଇଛି ଏବଂ ଏହାକୁ ବାତିଲ କରିବା ପରିବର୍ତ୍ତେ ଏହାର ସଂସ୍କାର କରାଯିବା ଉଚିତ। ଶାହା ଶୁକ୍ରବାର ‘ଇଣ୍ଡିଆ ଟୁଡେ କନକ୍ଲେଭ’ରେ ଏହା କହିଛନ୍ତି।

କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ କହିଛନ୍ତି, ଭାରତୀୟ ରାଜନୀତିରେ କଳା ଅର୍ଥର ପ୍ରଭାବକୁ ଦୂର କରିବା ପାଇଁ ନିର୍ବାଚନ ବଣ୍ଡ ପ୍ରଚଳନ କରାଯାଇଥିଲା। ସମସ୍ତଙ୍କୁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଗ୍ରହଣ କରିବାକୁ ପଡ଼ିବ। ମୁଁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ପୂର୍ଣ୍ଣରୂପେ ସମ୍ମାନ କରେ, କିନ୍ତୁ ମୁଁ ଅନୁଭବ କରୁଛି ଯେ ନିର୍ବାଚନ ବଣ୍ଡକୁ ସମ୍ପୂର୍ଣ୍ଣ ରୂପେ ରଦ୍ଦ କରିବା ପରିବର୍ତ୍ତେ ଏହାର ସଂସ୍କାର ହେବା ଉଚିତ୍‌।
ଭାଜପାର ବରିଷ୍ଠ ଏମପି ମଧ୍ୟ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ ବିରୋଧୀ ଦଳର ନେତାମାନେ ନଗଦ ଅର୍ଥରେ ରାଜନୈତିକ ଦାନ ନେଉଥିଲେ। ୧୧୦୦ ଟଙ୍କା ଦାନ ମଧ୍ୟରୁ ସେ ପାର୍ଟି ନାମରେ ୧୦୦ ଟଙ୍କା ଜମା କରି ପକେଟରେ ୧୦୦୦ ଟଙ୍କା ରଖିଥିଲେ। ସେ କହିଛନ୍ତି, କଂଗ୍ରେସ ଦଳ ବର୍ଷ ବର୍ଷ ଧରି ଏହି ବ୍ୟବସ୍ଥା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri