‘ସୁଦୃଢ଼ ଗଣତନ୍ତ୍ର ପାଇଁ ନିର୍ବାଚନୀ ସାକ୍ଷରତା ଜରୁରୀ’

ଢେଙ୍କାନାଳ ଅଫିସ, ୨୬।୧-ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ୧୨ତମ ରାଷ୍ଟ୍ରୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଭର୍ଚୁଆଲ ମୋଡ୍‌ରେ ଆୟୋଜିତ ଏହି ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲାପାଳ ସରୋଜ କୁମାର ସେଠୀ ଅଧ୍ୟକ୍ଷତା କରି କହିଲେ, ସୁଦୃଢ଼ ଗଣତନ୍ତ୍ର ନିମନ୍ତେ ପ୍ରତ୍ୟେକ ନାଗରିକଙ୍କ ନିର୍ବାଚନୀ ସାକ୍ଷରତା ଅପରିହାର୍ଯ୍ୟ। ଭାରତକୁ ସଫଳ ଗଣତାନ୍ତ୍ରିକ ରାଷ୍ଟ୍ରଭାବେ ଗଢ଼ିବାକୁ ହେଲେ ନାଗରିକମାନେ ପ୍ରଲୋଭନମୁକ୍ତ ହୋଇ ନିର୍ବାଚନରେ ସାମିଲ ହେବା ଆବଶ୍ୟକ। ଏହି ଅବସରରେ ଜିଲାପାଳ ଉପସ୍ଥିତ ଅତିଥିଙ୍କୁ ସଂକଳ୍ପପାଠ କରାଇଥିଲେ। ଏଥିସହ ନୂତନ ଭୋଟରଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଥିଲା। ଦିବସ ପାଳନ ଉପଲକ୍ଷେ ଆୟୋଜିତ ହୋଇଥିବା ବକ୍ତୃତା, ଚିତ୍ରାଙ୍କନ ଓ କୁଇଜ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲେ। ସ୍ବତନ୍ତ୍ର ଭୋଟର ତାଲିକା ପ୍ରସ୍ତୁତିରେ ଉତ୍ତମ କାର୍ଯ୍ୟ କରିଥିବା ବିଏଲଓଙ୍କୁ ସମ୍ମାନିତ କରାଯାଇଥିଲା। ପୂର୍ଣ୍ଣାଙ୍ଗ ଭୋଟର ତାଲିକା ପ୍ରକାଶନରେ ସହଯୋଗ କରିଥିବା ସମସ୍ତ ଭୋଟର, ପଞ୍ଜୀକରଣ ଅଧିକାରୀ ତଥା ଉପଜିଲାପାଳଙ୍କୁ ପ୍ରଶଂସା କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ପୌର ନିର୍ବାହୀ ଅଧିକାରୀ ଅତନୁ ସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଜିଲାରେ ୨୦୨୨ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାରେ ୧୭ ହଜାର ୨୧୩ ନୂତନ ଭୋଟର ଅନ୍ତର୍ଭୁକ୍ତ ହୋଇଛନ୍ତି। ଏହାପରେ ଜିଲାର ମୋଟ ଭୋଟରଙ୍କ ସଂଖ୍ୟା ୯ଲକ୍ଷ ୫୧ ହଜାର ୬୩୩ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?