ନିର୍ବାଚନୀ ହିଂସା: ବିଜେଡିକୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ଶେଷ ହୋଇଛି। ମତଦାନବେଳେ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଛି। ଏହାକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶାସକ ବିଜେଡିକୁ ଟାର୍ଗେଟ କରିବା ସହ ନିର୍ବାଚନୀ ହିଂସାକୁ ନିନ୍ଦା କରିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି,ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତୃଣମୂଳ ସ୍ତରରେ ଭୋଟ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖା ଦେଇଛି। ଏହା ଆମର ଗଣତନ୍ତ୍ର ପାଇଁ ଏକ ଶୁଭ ସଙ୍କେତ। କିନ୍ତୁ ଆଜି ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ୱର, ବାଙ୍ଗିରିପୋଷି, ଭଟଲି ଓ ପାଟଣାଗ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଥିବା ଗଣମାଧ୍ୟମରେ ପ୍ରକାଶ ପାଇଛି। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ର୍ନିବାଚନୀ ହିଂସା ମଧ୍ୟ ଘଟିଛି। ଏହା ଚିନ୍ତାଜନକ ଓ ଦୁଃଖଦାୟକ।
ସେ ଆହୁରି ମଧ୍ୟ ଲେଖିଛନ୍ତି, ହିଂସା ଦ୍ୱାରା ଗଣତନ୍ତ୍ରର ଏହି ମହାନ ପର୍ବରେ ବ୍ୟାଘାତ ଆସିବା ଅନୁଚିତ୍‌। ପ୍ରଶାସନ ଠିକ ଭାବରେ ନିଜର କାର୍ଯ୍ୟ କରିବା ସହିତ ଲୋକଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ। ରାଜ୍ୟରେ ଆହୁରି ୪ଟି ପର୍ଯ୍ୟାୟ ନିର୍ବାଚନ ହେବାର ଅଛି। ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସାରେ ସମ୍ପୃକ୍ତ ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଆଗାମୀ ପର୍ଯ୍ୟାୟ ନିର୍ବାଚନ ଗୁଡିକ କିଭଳି ଶାନ୍ତିପୂର୍ଣ୍ଣ ଭାବେ ହେବ ସେ ଦିଗରେ ରାଜ୍ୟ ର୍ନିବାଚନ ଆୟୋଗ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri