ନିର୍ବାଚନୀ ହିଂସା: ବିଜେଡିକୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ଶେଷ ହୋଇଛି। ମତଦାନବେଳେ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଛି। ଏହାକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶାସକ ବିଜେଡିକୁ ଟାର୍ଗେଟ କରିବା ସହ ନିର୍ବାଚନୀ ହିଂସାକୁ ନିନ୍ଦା କରିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି,ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତୃଣମୂଳ ସ୍ତରରେ ଭୋଟ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖା ଦେଇଛି। ଏହା ଆମର ଗଣତନ୍ତ୍ର ପାଇଁ ଏକ ଶୁଭ ସଙ୍କେତ। କିନ୍ତୁ ଆଜି ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ୱର, ବାଙ୍ଗିରିପୋଷି, ଭଟଲି ଓ ପାଟଣାଗ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଥିବା ଗଣମାଧ୍ୟମରେ ପ୍ରକାଶ ପାଇଛି। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ର୍ନିବାଚନୀ ହିଂସା ମଧ୍ୟ ଘଟିଛି। ଏହା ଚିନ୍ତାଜନକ ଓ ଦୁଃଖଦାୟକ।
ସେ ଆହୁରି ମଧ୍ୟ ଲେଖିଛନ୍ତି, ହିଂସା ଦ୍ୱାରା ଗଣତନ୍ତ୍ରର ଏହି ମହାନ ପର୍ବରେ ବ୍ୟାଘାତ ଆସିବା ଅନୁଚିତ୍‌। ପ୍ରଶାସନ ଠିକ ଭାବରେ ନିଜର କାର୍ଯ୍ୟ କରିବା ସହିତ ଲୋକଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ। ରାଜ୍ୟରେ ଆହୁରି ୪ଟି ପର୍ଯ୍ୟାୟ ନିର୍ବାଚନ ହେବାର ଅଛି। ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସାରେ ସମ୍ପୃକ୍ତ ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଆଗାମୀ ପର୍ଯ୍ୟାୟ ନିର୍ବାଚନ ଗୁଡିକ କିଭଳି ଶାନ୍ତିପୂର୍ଣ୍ଣ ଭାବେ ହେବ ସେ ଦିଗରେ ରାଜ୍ୟ ର୍ନିବାଚନ ଆୟୋଗ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri