ନିର୍ବାଚନୀ ହିଂସା ଥମୁନି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ଟି ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଶେଷ ହୋଇଛି। ତେବେ ହିଂସାକାଣ୍ଡ ନିର୍ବାଚନ ପିଛା ଛାଡୁନାହିଁ। ଗତ ୩ଟି ପର୍ଯ୍ୟାୟ ନିର୍ବାଚନରେ ଭାଟ ବାକ୍ସ ନେଇଯିବା, ବାଲଟ ପେପର ଚିରିବା, ବୁଥ୍‌ ଜବରଦଖଲ କରିବା, ଭୋଟ ବାକ୍ସକୁ ପୋଖରୀକୁ ଫିଙ୍ଗି ଦେବା, ମାରପିଟ, ଗୋଷ୍ଠୀ ସଂଘର୍ଷ, ଖବରଦାତା, ବିଡିଓ, ପୋଲିସକୁ ମାରପିଟି ଭଳି ଘଟଣା ଘଟିଥିବା ବେଳେ ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ମଧ୍ୟ ଅନେକ ସ୍ଥାନରେ ହିଂସାକାଣ୍ଡ ଦେଖିବାକୁ ମିଳିଛି। ଯଦିଓ ଗତ ପର୍ଯ୍ୟାୟ ନିର୍ବାଚନ ଗଣ୍ଡଗୋଳକାରୀଙ୍କୁ କିଛି ମାତ୍ରାରେ ପୋଲିସ ଗିରଫ କରିବାରେ ସଫଳ ହୋଇଛି ତେବେ ଏହାର ପ୍ରଭାବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଦେଖିବାକୁ ମିଳିନାହିଁ। ବେଳକୁ ବେଳ ନିର୍ବାଚନ ହିଂସା ଭୟଙ୍କର ହେଉଛି। ଭଦ୍ରକର ଧାମନଗର ଅଞ୍ଚଳରେ ଭୟଙ୍କର ନିର୍ବାଚନ ହିଂସାକାଣ୍ଡ ଦେଖିବାକୁ ମିଳିଛି। ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିର ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ପ୍ରତାପ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁହୋଇଥିବା ଅଭିଯୋଗ ହୋଇଛି।
ଜଗତସିଂହପୁର ଜିଲା ପାରାଦୀପ ଗଡ଼ରେ ଭୋଟ୍‌ବାକ୍ସ ସିଲ୍‌ ଚାଲିଥିବା ବେଳେ ବିଜେଡି ସମର୍ଥିତ ଜିଲା ପରିଷଦ ପ୍ରାର୍ଥୀ ଓ ତାଙ୍କ ସମର୍ଥକମାନେ ହାତରେ ଷ୍ଟାମ୍ପ ଧରି ପୋଲିଂ ବୁଥ୍‌ ଭିତରେ ପଶିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏଥିଯୋଗୁ ଗଁା ଲୋକେ ପ୍ରାୟ ୨ଘଣ୍ଟା ଧରି ପୋଲିଂ କର୍ମଚାରୀଙ୍କୁ ଅଟକ ରଖିଥିଲେ।
କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାଲାଗୋଡ଼ା ପଞ୍ଚାୟତ ୨୩ ଓ ୨୫ ନମ୍ବର ବୁଥ୍‌ରେ ପୋଲିସ ଉପସ୍ଥିତିରେ ବାହାର ଲୋକ ଜୋରଜବରଦସ୍ତି ପ୍ରବେଶ କରିଥିବା ଅଭିଯୋଗ ହୋଇଛି। ଏପରିକି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା ହୋଇଥିଲେ ହେଁ ପୋଲିସ୍‌ ନୀରବଦ୍ରଷ୍ଟା ସାଜିଥିଲା। ଏଥିଯୋଗୁ ଉଭୟ ବୁଥ୍‌ରେ ପ୍ରବଳ ହୋହଲ୍ଲା ହୋଇଥିଲା। ଫଳରେ ଘଣ୍ଟାଏ କାଳ ଭୋଟ ଗ୍ରହଣ ବନ୍ଦ ରହିଥିଲା। ଖବର ପାଇ କେନ୍ଦୁଝର ଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣକୁ ଆଣିଥିଲେ।
କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ନୂଆ ଶାସନରେ ସରପଞ୍ଚ ପ୍ରାର୍ଥୀଙ୍କ ପାଇଁ ଉଦ୍ଦିଷ୍ଟ ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ଦେଖାଦେବାରୁ ସେଠାରେ ମତଦାନ ବନ୍ଦ ହୋଇଛି।
କଟକ ଜିଲା ଆଠଗଡ଼ ଅଞ୍ଚଳରେ ଅର୍ଗସ ନ୍ୟୁଜ୍‌ର ଖବରଦାତା ସୁଶାନ୍ତ ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆଠଗଡ଼ ବ୍ଲକ ଅନନ୍ତପୁର ପଞ୍ଚାୟତର ୪ଟି ବୁଥରେ କେତେଜଣ ଏଜେଣ୍ଟଙ୍କୁ ପୂରାଇ ନ ଦେବାରୁ ଉତ୍ତେଜନା ହୋଇଥିଲା। ଏନେଇ ଖବର ସଂଗ୍ରହ ବେଳେ ଖବରଦାତା ସାହୁଙ୍କୁ ଠେଲାପେଲା କରାଯାଇଥିଲା।
ଚତୁର୍ଥ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ୧ଟାରେ ଶେଷ ହୋଇଥିଲା। ରାଜ୍ୟର ବିଭିନ୍ନ ବୁଥରେ ଲୋକମାନଙ୍କ ମଧ୍ୟରେ ମତଦାନକୁ ନେଇ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ସକାଳୁ ମତଦାନ ସାମାନ୍ୟ ଧୀମା ଥିବା ବେଳେ ପୂର୍ବାହ୍ନ ୧୦ଟା ପରେ ବୁଥ୍‌ଗୁଡିକରେ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା। ତେବେ କେତେକ ସ୍ଥାନରେ ନିର୍ବଚାନ ହିଂସାକାଣ୍ଡ ଏବଂ ପୋଲିଂ ଅଧିକାରୀଙ୍କ ଭୁଲ୍‌ ଯୋଗୁ ନିର୍ବାଚନକୁ ବାତିଲ କରାଯାଇଛି। ଜିଲାପାଳଙ୍କ ରିପୋର୍ଟ ପରେ ସେସବୁ ସ୍ଥାନରେ ପୁନଃ ନିର୍ବାଚନ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିର୍ବାଚନ ଶେଷ ହେବା ପରେ ଭୋଟ ବାକ୍ସଗୁଡିକୁ କଡ଼ା ସୁରକ୍ଷା ମଧ୍ୟରେ ବ୍ଲକ ସଦର ମହକୁମାରେ ଥିବା ଷ୍ଟ୍ରଙ୍ଗ୍‌ ରୁମ୍‌ରେ ରଖାଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲାର ୬୪ ବ୍ଲକର ୧୬୩ ଜିଲା ପରିଷଦ ଜୋନ୍‌ର ୧୨୫୪ ପଞ୍ଚାୟତରେ ଭୋଟଗ୍ରହଣ କରାଯାଇଛି। ଏଥିପାଇଁ ୧୭,୦୮୯ ବୁଥ୍‌ରେ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି। ୧୬୩ ଜିଲା ପରିଷଦ ଜୋନରେ ମୋଟ ୬୬୭ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦ୍ୱିତା କରୁଛନ୍ତି। ପ୍ରାର୍ଥୀମାନଙ୍କର ଭାଗ୍ୟ ବାଲଟ ବକ୍ସ ଭିତରେ ସିଲ୍‌ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ୩ ଦିନ ବ୍ୟାପୀ ଭୋଟ ଗଣତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri