ରାଜ୍ୟରେ ନିର୍ବାଚନୀ ହିଂସା: ବିଜେଡି-ଭାଜପା ଦୋଷ ଲଦାଲଦି

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନରେ ବି ବ୍ୟାପକ ହିଂସାକାଣ୍ଡ ଘଟିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ସୀମା ଅତିକ୍ରମ କରିସାରିଥିବା ବେଳେ ରାଜ୍ୟର ଆଇନଶୃଙ୍ଖଳା ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ଗଣମାଧ୍ୟମରେ ରାଜନୈତକ ହିଂସା ମୁଖ୍ୟ ପ୍ରସଙ୍ଗ ପାଲଟିଛି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, କ୍ଷମତାରେ ରହିବାର ନିଶା ଯୋଗୁ ଓଡ଼ିଶାରେ ବର୍ତ୍ତମାନ ପଶ୍ଚିମବଙ୍ଗ ଭଳି ସ୍ଥିତି ସୃଷ୍ଟି ହୋଇଛି। ବିରୋଧୀ ପ୍ରାର୍ଥୀଙ୍କୁ ଧମକ ଓ ମରଣାନ୍ତକ ଆକ୍ରମଣ ଘଟଣା ରାଜ୍ୟକୁ ଅଶାନ୍ତରେ ପରିଣତ କରିଥିବା ବେଳେ ପୋଲିସ ଏବଂ ପ୍ରଶାସନର ବିଶ୍ୱସନୀୟତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପାଟଣାଗଡ଼ରେ ଟଙ୍କା ବଣ୍ଟନ କରି ଭୋଟରଙ୍କୁ ପ୍ରଭାବିତ କରିବା, ଭୁବନେଶ୍ୱର ଝାରପଡ଼ାର ଏକ ବୁଥ୍‌ରେ ଏଜେଣ୍ଟ ଜଣକ ବାହାରେ ରହି ଭୋଟରଙ୍କୁ ଭୋଟ ଦେବା ପାଇଁ ପ୍ରବର୍ତ୍ତାଇବା, ଢେଙ୍କାନାଳ ପୌରାଞ୍ଚଳର ୧୫ ନମ୍ବର ଓ୍ବାର୍ଡରେ ବିଜେଡି କର୍ମୀଙ୍କ ଦ୍ୱାରା ବୁଥ୍‌ ରିଗିଂ, ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳରେ ବୋମାମାଡ଼ ଘଟଣା ଚିନ୍ତାର କାରଣ ସାଜିଛି ବୋଲି ସେ କହିଛନ୍ତି। ଏହିପରି ଅନେକ ଘଟଣାର ପ୍ରମାଣ ସହ ଅଭିଯୋଗ ସତ୍ତ୍ୱେ ରାଜ୍ୟ ନିର୍ବାଚନ କମିଶନ କୌଣସି ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।
ଭାଜପା ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇବାକୁ ଯାଉଛି। ପଞ୍ଚାୟତ ନିର୍ବାଚନ ଭଳି ଏହି ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଥିବା ଜାଣିବା ପରେ ଭାଜପା ନେତାମାନେ ହତାଶ ହୋଇ ପଡ଼ିଛନ୍ତି। ଏବେ ସେମାନେ ନିଜ ମୁଣ୍ଡରୁ ପରାଜୟର ଦୋଷ ଖସାଇବାକୁ ବିଭିନ୍ନ ଆଳ ଖୋଜୁଛନ୍ତି। ଭାଜପା ସଭାପତି ବିଜେଡି ବିରୋଧରେ ଯେଉଁସବୁ କପୋଳକଳ୍ପିତ ଅଭିଯୋଗ ଆଣିଛନ୍ତି, ତାହା ହାସ୍ୟାସ୍ପଦ ଏବଂ କେବଳ ନିଜର ଅସ୍ତିତ୍ୱ ରକ୍ଷା ପାଇଁ ଉଦ୍ଦିଷ୍ଟ ବୋଲି ରାଜ୍ୟବାସୀ ଭଲଭାବେ ଜାଣିଛନ୍ତି। ରାଜ୍ୟ ଭାଜପାର ପ୍ରରୋଚନାରେ ଯୋଜନାବଦ୍ଧ ଭାବେ ବିଜେଡି କର୍ମୀଙ୍କଠାରୁ ନେଇ ପୋଲିସ, ଖବରଦାତା, ସରକାରୀ ଅଫିସର ଏବଂ ସାଧାରଣ ଜନତାଙ୍କ ଉପରେ ବର୍ବରୋଚିତ ଆକ୍ରମଣ କରାଯାଇଥିଲା। ଏପରିକି ଭଦ୍ରକ ଜିଲାର ଧାମନଗର ବ୍ଲକରେ ବିଜେଡି କର୍ମୀଙ୍କୁ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପା କର୍ମୀମାନେ ପିଟିପିଟି ନିର୍ମମ ଭାବେ ହତ୍ୟା କରିଥିଲେ। ବର୍ତ୍ତମାନ ପୌର ନିର୍ବାଚନରେ ବଡ଼ ପରାଜୟ ଆଶଙ୍କାରେ ନିଜର ସ୍ଥିତି ରକ୍ଷା ପାଇଁ ଭାଜପା ବିଭିନ୍ନ ଆଳ ଖୋଜୁଛି ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri