ରାଜ୍ୟରେ ନିର୍ବାଚନୀ ହିଂସା: ବିଜେଡି-ଭାଜପା ଦୋଷ ଲଦାଲଦି

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନରେ ବି ବ୍ୟାପକ ହିଂସାକାଣ୍ଡ ଘଟିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ସୀମା ଅତିକ୍ରମ କରିସାରିଥିବା ବେଳେ ରାଜ୍ୟର ଆଇନଶୃଙ୍ଖଳା ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ଗଣମାଧ୍ୟମରେ ରାଜନୈତକ ହିଂସା ମୁଖ୍ୟ ପ୍ରସଙ୍ଗ ପାଲଟିଛି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, କ୍ଷମତାରେ ରହିବାର ନିଶା ଯୋଗୁ ଓଡ଼ିଶାରେ ବର୍ତ୍ତମାନ ପଶ୍ଚିମବଙ୍ଗ ଭଳି ସ୍ଥିତି ସୃଷ୍ଟି ହୋଇଛି। ବିରୋଧୀ ପ୍ରାର୍ଥୀଙ୍କୁ ଧମକ ଓ ମରଣାନ୍ତକ ଆକ୍ରମଣ ଘଟଣା ରାଜ୍ୟକୁ ଅଶାନ୍ତରେ ପରିଣତ କରିଥିବା ବେଳେ ପୋଲିସ ଏବଂ ପ୍ରଶାସନର ବିଶ୍ୱସନୀୟତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପାଟଣାଗଡ଼ରେ ଟଙ୍କା ବଣ୍ଟନ କରି ଭୋଟରଙ୍କୁ ପ୍ରଭାବିତ କରିବା, ଭୁବନେଶ୍ୱର ଝାରପଡ଼ାର ଏକ ବୁଥ୍‌ରେ ଏଜେଣ୍ଟ ଜଣକ ବାହାରେ ରହି ଭୋଟରଙ୍କୁ ଭୋଟ ଦେବା ପାଇଁ ପ୍ରବର୍ତ୍ତାଇବା, ଢେଙ୍କାନାଳ ପୌରାଞ୍ଚଳର ୧୫ ନମ୍ବର ଓ୍ବାର୍ଡରେ ବିଜେଡି କର୍ମୀଙ୍କ ଦ୍ୱାରା ବୁଥ୍‌ ରିଗିଂ, ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳରେ ବୋମାମାଡ଼ ଘଟଣା ଚିନ୍ତାର କାରଣ ସାଜିଛି ବୋଲି ସେ କହିଛନ୍ତି। ଏହିପରି ଅନେକ ଘଟଣାର ପ୍ରମାଣ ସହ ଅଭିଯୋଗ ସତ୍ତ୍ୱେ ରାଜ୍ୟ ନିର୍ବାଚନ କମିଶନ କୌଣସି ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।
ଭାଜପା ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇବାକୁ ଯାଉଛି। ପଞ୍ଚାୟତ ନିର୍ବାଚନ ଭଳି ଏହି ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଥିବା ଜାଣିବା ପରେ ଭାଜପା ନେତାମାନେ ହତାଶ ହୋଇ ପଡ଼ିଛନ୍ତି। ଏବେ ସେମାନେ ନିଜ ମୁଣ୍ଡରୁ ପରାଜୟର ଦୋଷ ଖସାଇବାକୁ ବିଭିନ୍ନ ଆଳ ଖୋଜୁଛନ୍ତି। ଭାଜପା ସଭାପତି ବିଜେଡି ବିରୋଧରେ ଯେଉଁସବୁ କପୋଳକଳ୍ପିତ ଅଭିଯୋଗ ଆଣିଛନ୍ତି, ତାହା ହାସ୍ୟାସ୍ପଦ ଏବଂ କେବଳ ନିଜର ଅସ୍ତିତ୍ୱ ରକ୍ଷା ପାଇଁ ଉଦ୍ଦିଷ୍ଟ ବୋଲି ରାଜ୍ୟବାସୀ ଭଲଭାବେ ଜାଣିଛନ୍ତି। ରାଜ୍ୟ ଭାଜପାର ପ୍ରରୋଚନାରେ ଯୋଜନାବଦ୍ଧ ଭାବେ ବିଜେଡି କର୍ମୀଙ୍କଠାରୁ ନେଇ ପୋଲିସ, ଖବରଦାତା, ସରକାରୀ ଅଫିସର ଏବଂ ସାଧାରଣ ଜନତାଙ୍କ ଉପରେ ବର୍ବରୋଚିତ ଆକ୍ରମଣ କରାଯାଇଥିଲା। ଏପରିକି ଭଦ୍ରକ ଜିଲାର ଧାମନଗର ବ୍ଲକରେ ବିଜେଡି କର୍ମୀଙ୍କୁ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପା କର୍ମୀମାନେ ପିଟିପିଟି ନିର୍ମମ ଭାବେ ହତ୍ୟା କରିଥିଲେ। ବର୍ତ୍ତମାନ ପୌର ନିର୍ବାଚନରେ ବଡ଼ ପରାଜୟ ଆଶଙ୍କାରେ ନିଜର ସ୍ଥିତି ରକ୍ଷା ପାଇଁ ଭାଜପା ବିଭିନ୍ନ ଆଳ ଖୋଜୁଛି ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri